ନୂଆପଦର ସରପଞ୍ଚଙ୍କ ପଦବୀ ରଦ୍ଦ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୧୧- ୨ରୁ ଅଧିକ ସନ୍ତାନ ଥାଇ ନିର୍ବାଚନ ଲଢ଼ିବା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ନୂଆପଦର ସରପଞ୍ଚ ଲାଲୁ କହଁରଙ୍କୁ ମହଙ୍ଗା ପଡିଛି । ଏନେଇ ଆଗତ ଏକ ମାମଲାର ବିଚାର କରି ଜିଲାପାଳ ଡା. ବୃନ୍ଦା ଡି. ସରପଞ୍ଚଙ୍କ ପଦବୀ ରଦ୍ଦ କରିଛନ୍ତି। ତାଙ୍କ ସ୍ଥାନରେ ନାଏବ ସରପଞ୍ଚ ଦାୟିତ୍ୱରେ ରହିବେ।
ପ୍ରକାଶ ଯେ, ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଲାଲୁ କହଁର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ତାଙ୍କର ୩ ସନ୍ତାନ ଥିବା ଦର୍ଶାଇ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ହାରି ଯାଇଥିବା ଗୟାଧର ୨୦୧୭ରେ ଏ ନେଇ ଅଭିଯୋଗ କରିଥିଲେ। ୨ ବର୍ଷ ପରେ ଗୟାଧରଙ୍କ ପକ୍ଷରୁ ଆଗତ ଅଭିଯୋଗର ଶୁଣାଣି ହୋଇଥିଲା। ପ୍ରମାଣକୁ ଆଧାର କରି ଘଟଣାରେ ସତ୍ୟତା ଥିବା ଜିଲାପାଳ ଅବଗତ ହେବାପରେ ଉପରୋକ୍ତ ରାୟ ଶୁଣାଇଛନ୍ତି।
ସୁଚନାଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୨୩ରେ ପଞ୍ଚାୟତର କିଛି ବ୍ୟକ୍ତି ଆସି ସରପଞ୍ଚ ଲାଲୁ କହଁରଙ୍କୁ ବହିସ୍କାର କରିବାକୁ ଜିଲାପାଳଙ୍କ ପାଖରେ ଦାବି କରିଥିଲେ। ସରପଞ୍ଚ ୩ ସନ୍ତାନର ଜନକ। ତାଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ଏହାର ବିଚାର କରି ୨ ମାସ ମଧ୍ୟରେ ପଦକ୍ଷେପ ନେବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ କାହିଁକି ପଦକ୍ଷେପ ନିଆଯାଉନାହିଁ ବୋଲି ପଞ୍ଚାୟତବାସୀ ଦାବିପତ୍ରରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri