ନୂଆବର୍ଷ ଉପଲକ୍ଷେ ରୋମାଣ୍ଟିକ୍‌ ହେଲେ ସୋନମ୍‌-ଆନନ୍ଦ, ଭିଡିଓ ଭାଇରାଲ

ବମ୍ବେ: ନୂଆବର୍ଷକୁ ରୋମାଣ୍ଟିକ୍‌ ଭାବେ ପାଳନ କରିଛନ୍ତି ଅନିଲ କପୁର ଲଳନା ସୋନମ୍‌ କପୁର। ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ସୁଦୂର ରୋମରେ ଏବେ ଛୁଟି କାଟୁଛନ୍ତି ସୋନମ। ଏହି ସମୟରେ ସେ ନୂଆ ବର୍ଷକୁ ସ୍ବାଗତ କରିଛନ୍ତି। ନିଜର ଇନ୍‌ଷ୍ଟା ପୃଷ୍ଠାରେ ପୁରୁଣା ବର୍ଷଯାକର ସ୍ମୃତିକୁ ମନେପକାଇ ସେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ସେ ବରଫ ପାହାଡ଼ ଉପରେ ଆନନ୍ଦଙ୍କୁ କିସ୍‌ କରୁଥିବା ଦେଖାଯାଇଛି। କିଛି ଏଭଳି ଢଙ୍ଗରେ ୨୦୧୯କୁ ବିଦାୟ ଦେଇ ୨୦୨୦କୁ ସ୍ବାଗତ କରିଥିବାକୁ ନେଇ ପ୍ରଶଂସକ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଭୟ ବେଶ୍‌ ସୁନ୍ଦର ଦେଖାଯାଉଥିବା କହିଛନ୍ତି। ।

ଭିଡିଓ ଶେୟାର କରିବା ସମୟରେ ସୋନମ୍‌ ଭାବବିହ୍ବଳ ହୋଇଥିବା ଦେଖିବାକୁ ମିଳିଛି। କ୍ୟାପ୍‌ଶନରେ ସେ ଲେଖିଛନ୍ତି, ଗତ ଦଶ ବର୍ଷ ମୋ ପାଇଁ ଖୁବ୍‌ ଭଲ ଥିଲା। ମୁଁ ଅନେକ ଭଲ ଫିଲ୍ମରେ କାମ କଲି। ଏହି ସମୟରେ ତମାମ ଜୀବନ ପାଇଁ ବନ୍ଧୁ ମିଳିଲେ। ମୁଁ ମୋ ପ୍ରେମିକ ଆନନ୍ଦଙ୍କୁ ଭେଟିଲି। ବିବାହ କଲି। ଏସବୁ ପାଇଁ ମୋ ପରିବାର, ବନ୍ଧୁଙ୍କୁ ଧନ୍ୟବାଦ। ଫିଲ୍ମ ଏବଂ ଫ୍ୟାଶନ ପାଇଁ ମଧ୍ୟ ଧନ୍ୟବାଦ।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri