ନୂଆବର୍ଷ ପୂର୍ବରୁ ଅଘଟଣ: ଅତ୍ୟଧିକ ମଦ୍ୟପାନ କରି ୫ ଗୁରୁତର

ଖୋର୍ଦ୍ଧା ଅଫିସ, ୩୧।୧୨: ନୂଆବର୍ଷ ପୂର୍ବରୁ ଅଘଟଣ। ଅତ୍ୟଧିକ ମଦ୍ୟପାନ କରି ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ସୋରଣ ଗ୍ରାମର ୫ ଜଣ ବ୍ୟକ୍ତି ମଙ୍ଗଳବାର ଗୁରୁତର ହୋଇଥିବା ଜଣାପଡିଛି। ସେମାନଙ୍କୁ ସ୍ଥାନୀୟ ଯୁବକମାନେ ପ୍ରଥମେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗୁରୁତରମାନେ ହେଲେ ଉକ୍ତ ଗ୍ରାମର ଫକୀର ବେହେରା, ଯୁଝୀ ବେହେରା, ମହେନ୍ଦ୍ର ବେହେରା, ଶରତ ବେହେରା ଓ ବାନାମ୍ବର ବେହେରା। ଅସୁସ୍ଥ ବ୍ୟକ୍ତିମାନେ ଅତ୍ୟଧିକ ମଦ୍ୟପାନ କରିଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡିଥିବା ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଶ୍ୱେତା ମହାପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆବର୍ଷ ପୂର୍ବରୁ ସୋରଣ ଗ୍ରାମର କେତେକ ଲୋକ ବରଡି ଗ୍ରାମରେ ଭୋଜି କରୁଥିଲେ। ସେଠାରେ ଅତ୍ୟଧିକ ମଦ୍ୟପାନ କରିଥିବା ଯୋଗୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri