ନୂଆବର୍ଷରେ ଉତ୍ସବ ପାଳନ କରୁଥିବା ଲୋକଙ୍କ ଉପରେ ଟ୍ରକ ଚଢ଼ାଇ ଆଖିବୁଜା ଗୁଳିମାଡ଼

ଓ୍ବାଶିଂଟନ, ୧।୧: ନୂଆବର୍ଷରେ ଆମେରିକାର ନ୍ୟୁ ଓରଲିୟନ୍ସସ୍ଥିତ ବୋରବନ୍‌ ଷ୍ଟ୍ରିଟଠାରେ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୋଟିଏ ଟ୍ରକ୍‌ ଦ୍ରୁତ ଗତିରେ ଆସି ନୂଆ ବର୍ଷ ପାଳନ କରୁଥିବା ହଜାରରୁ ଅଧିକ ଲୋକଙ୍କ ଉପରେ ଚଢ଼ିଯାଇଥିଲା। ଏହାପରେ ଡ୍ରାଇଭର ଜଣକ ଟ୍ରକ୍‌ରୁ ଓହ୍ଲାଇ ଭିଡ଼ ଉପରେ ଗୁଳି ଚଳାଇଥିଲେ।
ଏହି ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଘଟଣାକୁ ନେଇ ନ୍ୟୁ ଓରଲିୟନ ପୋଲିସ ଓ ଫେଡେରାଲ ବ୍ୟୁରୋ ଅଫ୍‌ ଇନଭେଷ୍ଟିଗେଶନ(ଏଫ୍‌ବିଆଇ) ତଦନ୍ତ ଜାରି ରହିଛି। ଆହତଙ୍କୁ ନ୍ୟୁ ଓରଲିୟନ୍ସ ସହରର ୫ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ନ୍ୟୁ ଓରଲିୟନ୍ସର ପୋଲିସ ବିଭାଗ ମୁଖ୍ୟ ଆନ୍ନି କିକ୍‌ପାଟ୍ରିକ କହିଛନ୍ତି, ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ୍‌ ଭିଡ଼ ଉପରେ ଚଢ଼ିଯାଇଥିଲା। ଡ୍ରାଇଭର ଜଣକ ଅଧିକରୁ ଅଧିକ ଲୋକଙ୍କ ଉପରେ ଟ୍ରକ୍‌ ଚଢ଼ାଇବାକୁ ଚେଷ୍ଟା କରୁଥିଲେ। ଏହା ପରେ ସେ ଲୋକଙ୍କ ଗୁଳି ଚଳାଇଥିଲେ। ଘଟଣାସ୍ଥଳରେ ୩୦୦ ଜଣ ପୋଲିସ ଅଧିକାରୀ ନିୟୋଜିତ ଥିଲେ। ସନ୍ଦିଗ୍ଧ ଡ୍ରାଇଭରଙ୍କ ଗୁଳିରେ ୨ ଜଣ ପୋଲିସ ମଧ୍ୟ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ବଢ଼ିବା ନେଇ ମଧ୍ୟ କିକ୍‌ପାଟ୍ରିକ ଆଶଙ୍କା କରିଛନ୍ତି।

ତେବେ ନ୍ୟୁ ଓରଲିୟନ୍ସ ମେୟର ଲାଟୋୟା କାଣ୍ଟ୍ରେଲ ଏହି ଘଟଣାକୁ ଆତଙ୍କବାଦୀ ଆକ୍ରମଣ କହିଥିବାବେଳେ, ଏଫ୍‌ବିଆଇ ସହକାରୀ ଏଜେଣ୍ଟ ଆଲେଥିନା ଡଙ୍କାନ ଏହା ଆତଙ୍କବାଦୀ ଆକ୍ରମଣ ହୋଇ ନ ଥିବା କହିଛନ୍ତି। ଘଟଣାସ୍ଥଳରୁ ଏକ ସନ୍ଦିଗ୍ଧ ବିସ୍ଫୋରକ ଉପକରଣ ମିଳିଥିବା ଆଲେଥିନା କହିଛନ୍ତି। ସନ୍ଦିଗ୍ଧଙ୍କୁ ଧରିବାକୁ ପ୍ରୟାସ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri