ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲିବାକୁ ନେଇ ମନ୍ତ୍ରୀଙ୍କୁ ଘେରିଲେ ବିରୋଧୀ, ଏ ବିଷୟରେ ଅନୁଧ୍ୟାନ କରିବାକୁ ରାଜସ୍ବମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ୧୩ଟି ଜିଲା ଥିଲା, ସେଥିପାଇଁ ୩ଟି ରାଜସ୍ବ ଡିଭିଜନ କମିଶନର(ଆର୍‌ଡିସି) ଖୋଲାଯାଇଥିଲା। ୧୩ରୁ ୩୦ ଜିଲା ହେଲା ମାତ୍ର କୌଣସି ନୂଆ ଆର୍‌ଡିସି କାର୍ଯ୍ୟାଳୟ ଖୋଲିଲା ନାହିଁ। ଲୋକମାନେ ପ୍ରଶାସନିକ ସେବାରୁ ବଞ୍ଚିତ ହେଉଛନ୍ତି। ବିଶେଷକରି ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଜମିଜମା ସଂକ୍ରାନ୍ତୀୟ ସମସ୍ୟା ଭୟଙ୍କର ହେଲାଣି। ତୁରନ୍ତ ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲି ଗରିବ ଆଦିବାସୀଙ୍କୁ ସେବା ଯୋଗାଇ ଦିଆଯାଉ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆଉ ୩ଟି ଆର୍‌ଡିସି କାର୍ଯ୍ୟାଳୟ ଖୋଲାଯାଉ। ଆର୍‌ଡିସି କାର୍ଯ୍ୟାଳୟ ଖୋଲିବାକୁ ନେଇ ବିରୋଧୀ ଓ ଶାସକ ସଭ୍ୟମାନେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଘେରିଥିଲେ। ରାଜ୍ୟରେ ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲିବା ପାଇଁ ସରକାର କୌଣସି ନିଷ୍ପତ୍ତି ନେଇନାହାନ୍ତି ବୋଲି ମନ୍ତ୍ରୀ କହିଥିଲେ। ମନ୍ତ୍ରୀଙ୍କ ଏଭଳି ଉତ୍ତର ଶୁଣି ସଭ୍ୟମାନେ ହୋ ହଲ୍ଲା କରିଥିଲେ। ଲୋକମାନଙ୍କ ନିକଟରେ ପ୍ରଶାସନିକ ସେବା ପହଞ୍ଚାଇବାରେ ରାଜ୍ୟ ସରକାରଙ୍କ କୌଣସି ଆନ୍ତରିକତା ନାହିଁ ବୋଲି ବିରୋଧୀ ଦଳ ସଭ୍ୟମାନେ ଅଭିଯୋଗ କରିଥିଲେ। ବିରୋଧୀଙ୍କ ଆପତ୍ତି ପରେ ବାଚସ୍ପତି ଏ ସମ୍ପର୍କରେ ଅନୁଧ୍ୟାନ କରିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୂଳ ପ୍ରଶ୍ନକର୍ତ୍ତା ତାରାପ୍ରସାଦ ବାହିନୀପତି କୋରାପୁଟ ଜିଲାର ଜୟପୁରଠାରେ ଏକ ସ୍ବତନ୍ତ୍ର ଆର୍‌ଡିସି କାର୍ଯ୍ୟାଳୟ ଖୋଲିବାକୁ ମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ କରିଥିଲେ। ସେ କହିଥିଲେ ଯେ, କଳାହାଣ୍ଡିରୁ ବ୍ରହ୍ମପୁର ୩୦୦ରୁ ୪୦୦ କିଲୋମିଟର । ନୂଆପଡ଼ା ଓ କୋରାପୁଟରୁ ମଧ୍ୟ ଏହା ଦୂରରେ ରହିଛି। ଆଦିବାସୀ ଗରିବ ଲୋକଙ୍କୁ ସେବା ଯୋଗାଇଦେବା ପାଇଁ ଜୟପୁରଠାରେ ଆର୍‌ଡିସି କାର୍ଯ୍ୟାଳୟ ଖୋଲାଯାଉ। ବିଜେଡି ସଭ୍ୟ ପ୍ରଦୀପ ଅମାତ, ମନୋହର ରନ୍ଧାରୀ, କଂଗ୍ରେସ ସଭ୍ୟ ନରସିଂହ ମିଶ୍ର ଏବଂ ଭାଜପା ସଭ୍ୟ ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର ଜିଲାରେ ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲି ଲୋକଙ୍କୁ ସେବା ଯୋଗାଇ ଦେବାକୁ ଦାବି କରିଥିଲେ। ମନ୍ତ୍ରୀ କହିଥିଲେ, ଜୟପୁରଠାରେ ଆରଡିସି କାର୍ଯ୍ୟାଳୟ ଖୋଲିବାର ଏବେ କୌଣସି ପ୍ରସ୍ତାବ ନାହିଁ। ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି ଜିଲା ସମେତ ୨୭ଟି ରାଜସ୍ବ ବୋର୍ଡକୁ ଜମିଜମା ମାମଲା ଫଇସଲା ପାଇଁ ଦାୟିତ୍ୱ ଦିଆଯାଇଛି। ପରବର୍ତ୍ତୀ ସମୟରେ ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲିବା ପାଇଁ ସରକାର ପରୀକ୍ଷା ନିରୀକ୍ଷା କରିବେ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri