ନୂତନ ଟ୍ରାଫିକ ନିୟମରେ ଜରିମାନା ଆଦାୟ

ଧର୍ମଶାଳା,୪-୯(ଡି.ଏନ୍‌.ଏ.)- ଧର୍ମଶାଳା ଓ ଜେନାପୁର ଥାନା ପୋଲିସ ପକ୍ଷରୁ ଟ୍ରାଫିକ ନିୟମ ଭଙ୍ଗ କରୁଥିବା ବାଇକ୍‌ ଚାଳକଙ୍କଠାରୁ ନୂତନ ଟ୍ରାଫିକ୍‌ ନିୟମ ଅନୁସାରେ ମଙ୍ଗଳବାର ଜରିମାନା ଆଦାୟ କରାଯାଇଛି। ଧର୍ମଶାଳା ଥାନାଧିକାରୀ ସରୋଜ କୁମାର ସାହୁ, ଏସ୍‌ଆଇ ଜହର ଆବେଦିନ, ଏଏସ୍‌ଆଇ ଉପେନ୍ଦ୍ରନାଥ ଦାସ, ଦେବେନ୍ଦ୍ର କୁମାର ରାଉତ ପ୍ରମୁଖ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର-ରଥିଆ ଦେଇ ଜାତାୟାତ କରୁଥିବା ବାଇକ ଚାଳକଙ୍କ ହେଲମେଟ୍‌ ଓ କାଗଜପତ୍ର ଯାଞ୍ଚ କରିଥିଲେ। ହେଲମେଟ୍‌ ଓ ଆବଶ୍ୟକ କାଗଜପତ୍ର ନ ଥିବା ବାଇକ ଚାଳକଙ୍କଠାରୁ ୧୦ହଜାର ଟଙ୍କା ଜରିମାନା ଆଦାୟ କରିଥିବା ଜଣାପଡିଛି। ସେହିପରି ଜେନାପୁର ଥାନାଧିକାରୀ ସୁଶାନ୍ତ କୁମାର ଦାସ, ଏସ୍‌ଆଇ ଏମ୍‌.ଆର ମହାନ୍ତି, ଏଏସ୍‌ଆଇ ଆରପି କେରକେଟା, ଏସ୍‌କେ ରାଉତରାୟ ପ୍ରମୁଖ ୫୩ ନମ୍ବର ଜାତୀୟ ରାଜପଥ ବ୍ରାହ୍ମଣୀ ବ୍ରିଜ୍‌ ନିକଟରେ ଯାଞ୍ଚକରି ୧୪ ହଜାର ଟଙ୍କା ଜରିମାନା ଆଦାୟ କରିଥିଲେ। ଧର୍ମଶାଳା ଆମ ପୋଲିସ ପକ୍ଷରୁ ସୋମବାର ଅପରାହ୍ନରେ ଜାରକା ଗଳି ପୋଲଠାରେ ଏକ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଥାନାଧିକାରୀ ସରୋଜ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଆମ ପୋଲିସ ପକ୍ଷରୁ ତ୍ରିଲୋଚନ ବିଶ୍ୱାଳ, ବସନ୍ତ କୁମାର ପରିଡା, ପ୍ରସନ୍ନ କୁମାର ବରାଳ, ଇନ୍ଦ୍ରମଣି ମହାନ୍ତି, ସଞ୍ଜୟ କୁମାର ରାଉତ, ନିରଞ୍ଜନ ପାଣିଗ୍ରାହୀ, ରମାକାନ୍ତ ଜେନା, ଅଖିଳ କୁମାର ସ୍ବାଇଁ. ଓ ଏସ୍‌ଆଇ ଜିନିମା ସାମଲ, ଏଏସ୍‌ଆଇ ନିରଞ୍ଜନ ବେଉରା, ରାଜ କିଶୋର ନାୟକ, ଉପେନ୍ଦ୍ର ନାଥ ଦାସ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?