ନୂତନ ୫୮ଜଣ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ୫୭ଜଣ ବାହାର ରାଜ୍ୟ ଫେରନ୍ତା

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୫୮ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ତେବେ ନୂତନ ଭାବେ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି। ୫୮ଜଣଙ୍କ ମଧ୍ୟରୁ ୫୭ଜଣ ବାହାର ରାଜ୍ୟ ଫେରନ୍ତା ବୋଲି କୁହାଯାଇଛି। କେବଳ ଜଣେ ସାଧାରଣ ଲୋକ ଅଛନ୍ତି।

ଗଞ୍ଜାମରେ ଚିହ୍ନଟ ସମସ୍ତ ୨୯ ଏବଂ ମୟୂରଭଞ୍ଜର ଜଣେ ଆକ୍ରାନ୍ତ ସୁରଟ ଫେରନ୍ତା। ବାଲେଶ୍ୱରର ୧୫ଜଣଙ୍କ ମଧ୍ୟରୁ ୧୦ଜଣ ପଶ୍ଚିମବଙ୍ଗ ଏବଂ ୫ଜଣ କର୍ଣ୍ଣାଟକ ଫେରନ୍ତା । ସେହିଭଳି ଅନୁଗୋଳର ୧୩ଜଣଙ୍କ ମଧ୍ୟରୁ ୧୧ଜଣ ସୁରଟ ଏବଂ ଜଣେ ମହାରାଷ୍ଟ୍ରରୁ ଫେରିଥିବା ଜଣାପଡ଼ିଛି। ତେବେ କେବଳ ଅନୁଗୋଳରୁ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ତାଙ୍କୁ ଛାଡ଼ି ସମସ୍ତେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ।

ପ୍ରକାଶ ଯେ, ବର୍ତ୍ତମାନ ରାଜ୍ୟରେ ଚିହ୍ନଟ ୩୫୨ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୮୧ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗଞ୍ଜାମ ଜିଲାରେ ସର୍ବାଧିକ ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ବିବାଦ: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri