Posted inଖେଳ

ନେଟ୍ସକୁ ଫେରିଲେ ଭୁବନେଶ୍ୱର

ମାଞ୍ଚେଷ୍ଟର, ୨୬।୬- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଭାରତୀୟ ଦଳ ଗୁରୁବାର ଦୁଇଥର ବିଶ୍ୱ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିକୁ ଭେଟିବାକୁ ଯାଉଛି। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ପାଇଁ ଏକ ଖୁସି ଖବର ଆସିଛି। ଦଳର ପ୍ରମୁଖ ଷ୍ଟ୍ରାଇକ ବୋଲର ଭୁବନେଶ୍ୱର କୁମାର (ଭୁବି) ଆଘାତଜନିତ ସମସ୍ୟାରୁ ମୁକୁଳି ମଙ୍ଗଳବାର ନେଟ୍ସ ସେସନରେ ଯୋଗ ଦେଇଛନ୍ତି। ଗତ ୧୬ରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ଅବସରରେ ବୋଲିଂ କରୁଥିବାବେଳେ ଭୁବି ଆଘାତ ପାଇଥିଲେ। ଫଳରେ ସେହି ମ୍ୟାଚ୍‌ରେ ମାତ୍ର ୨.୪ ଓଭର ବୋଲିଂ କରି ସେ ପଡ଼ିଆ ଛାଡ଼ିଥିଲେ। ତାଙ୍କ ବଦଳ ଖେଳାଳି ଭାବେ ମହମ୍ମଦ ସାମି ଆଫଗାନିସ୍ତାନ ବିପକ୍ଷ ପରବର୍ତ୍ତୀ ମ୍ୟାଚ୍‌ରେ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇଥିବାବେଳେ ହ୍ୟାଟ୍ରିକ ଉଇକେଟ୍‌ ଅକ୍ତିଆର କରି ବିରଳ କ୍ଲବରେ ସ୍ଥାନ ପାଇଥିଲେ। ଭୁବନେଶ୍ୱର ଠିକ୍‌ ସମୟରେ ସୁସ୍ଥ ହୋଇ ନ ପାରିବେ ସେହି ସନ୍ଦେହରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଦିଲ୍ଲୀର ନବଦୀପ୍‌ ସାଇନ୍‌ଙ୍କୁ ନେଟ୍ସ ବୋଲର ଭାବେ ଦଳ ସହ ଯୋଗଦେବାକୁ ସୋମବାର କୁହାଯାଇଥିଲା। ତେବେ ଏହାର ଗୋଟିଏ ଦିନ ପରେ ବିସିସିଆଇ ଏହାର ଟୁଇଟର୍‌ ଆକାଉଣ୍ଟରେ ଭୁବନେଶ୍ୱର କୁମାର ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଇନ୍‌ଡୋର ଷ୍ଟାଡିୟମରେ ବୋଲିଂ କରୁଥିବାର ଭିଡିଓ ପୋଷ୍ଟ କରିଛି। ଫଳରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭୁବିଙ୍କ ଖେଳିବା ନେଇ ଦେଖାଦେଇଥିବା ସନ୍ଦେହ ଏବେ ଦୂର ହୋଇଛି। ଭାରତ ବର୍ତ୍ତମାନ ୫ ମ୍ୟାଚ୍‌ରୁ ୪ ବିଜୟ ଓ ଗୋଟିଏ ବିନା ଫଳାଫଳ ସହ ୯ ପଏଣ୍ଟ ପାଇ ଟେବୁଲ ତାଲିକାର ୩ୟ ସ୍ଥାନରେ ରହିଛି। ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିବା ପାଇଁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଜିତିବା ଭାରତ ପାଇଁ ନିତ୍ୟାନ୍ତ ଜରୁରୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri