Posted inଜାତୀୟ

ନେପାଳ ପୋଲିସ ଗୁଳିରେ ଭାରତୀୟ ମୃତ

ନୂଆଦିଲ୍ଲୀ,୧୩ା୬(ପି.ଟି.): ବିହାରର ସୀତାମାଢ଼ି ଜିଲା ସୀମାନ୍ତରେ ନେପାଳ ପୋଲିସର ଆଖିବୁଜା ଗୁଳିମାଡ଼ରେ ଜଣେ ଭାରତୀୟଙ୍କ ମୃତ୍ୟୁ ହେବା ସହ ୪ ଆହତ ହୋଇଛନ୍ତି। ସୋନେବର୍ଷା ଥାନା ପିପ୍ରା ପର୍ସାଇନ୍‌ ପଞ୍ଚାୟତର ଲାଲ୍‌ବନ୍ଦୀ-ଜାନକୀ ନଗର ସୀମାରେ ନେପାଳ ପୋଲିସ ସହ କେତେଜଣ ଭାରତୀୟଙ୍କର ବଚସା ହୋଇଥିଲା। ଉତ୍ତେଜିତ ହୋଇ ପୋଲିସ ଭାରତୀୟଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଥିରେ ବିକେଶ କୁମାର ରାୟ(୨୫) ନାମକ କୃଷକଙ୍କର ମୃତ୍ୟୁ ଘଟିଥିବାବେଳେ ପାଖ କ୍ଷେତରେ କାମ କରୁଥିବା ଉମେଶ ରାମ ଓ ଉଦୟ ଠାକୁର ଆହତ ହୋଇଛନ୍ତି। ଲଗନ ରାୟ ନାମକ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ନେପାଳ ପୋଲିସ ଅଟକ ରଖିଛି। ଗତମାସ ୧୭ରେ ନେପାଳ ପୋଲିସ ଫାଙ୍କା ଗୁଳି ଚଳାଇ ସୀମା ଅତିକ୍ରମ କରୁଥିବା ଭାରତୀୟଙ୍କୁ ତଡ଼ିଦେଇଥିଲା। ନେପାଳ ସହ ସୀମା ବିବାଦ ଚାଲିଥିବାବେଳେ ଗୁଳିକାଣ୍ଡ ପରେ ଉତ୍ତେଜନା ବୃଦ୍ଧି ପାଇଛି। ସେଠାକୁ ସଶସ୍ତ୍ର ସୀମା ବଳ ଯବାନଙ୍କୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri