Posted inଜାତୀୟ

ନେପାଳରେ ୮ କେରଳ ପର୍ଯ୍ୟଟକ ମୃତ

ଥିରୁଭାନନ୍ଥପୁରମ,୨୨।୧(ପି.ଟି.): ଭାରତର ୧୫ ଜଣିଆ ଟିମ୍‌ ନେପାଳର ପୋଖରା ଗସ୍ତରେ ଯାଇଥିବାବେଳେ ସେଠାରେ ଶ୍ୱାସରୁଦ୍ଧ ହୋଇ ୮ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ସମସ୍ତେ କେରଳର ବୋଲି ଜଣାପଡ଼ିଛି। ନେପାଳର ଏକ ରିସୋର୍ଟରେ ସେମାନେ ଥିବାବେଳେ ଗ୍ୟାସ୍‌ ଲିକ୍‌ ଯୋଗୁ ଶ୍ୱାସରୁଦ୍ଧ ହୋଇ ଅସୁସ୍ଥ ହୋଇପଡ଼ିଥିଲେ। ସେମାନେ ରୁମ୍‌ରେ ଗ୍ୟାସ୍‌ ହିଟର ବ୍ୟବହାର କରୁଥିବାରୁ ଏଭଳି ହୋଇଥିଲା। ମୋଟ ୪ଟି ରୁମ୍‌ ୧୫ ପର୍ଯ୍ୟଟକଙ୍କ ଲାଗି ବୁକ୍‌ କରାଯାଇଥିବାବେଳେ ମୃତ୍ୟୁବରଣ କରିଥିବା ୮ ଜଣ ଗୋଟିଏ ରୁମ୍‌ରେ ରହୁଥିଲେ। ପ୍ରଥମେ ସେମାନଙ୍କୁ ହେଲିକପ୍ଟର ଯୋଗେ ହସ୍ପିଟାଲକୁ ନିଆଯାଇଥିବାବେଳେ ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା ବୋଲି ଏସ୍‌ପି ସୁଶୀଲ କୁମାର ରାଠୋର ପ୍ରକାଶ କରିଛନ୍ତି। ମୃତକଙ୍କ ମଧ୍ୟରେ ୪ ଛୋଟ ପିଲା ଅଛନ୍ତି। ଏନେଇ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଦୁଃଖ ପ୍ରକାଶ କରିଥିବାବେଳେ କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ ପରିସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରୁଥିବା କହିଛନ୍ତି। ମୃତକମାନେ ହେଲେ ପ୍ରବୀଣ କ୍ରିଷ୍ଣନ୍‌ ନାୟାର, ଶରଣ୍ୟ ଶଶୀ, ଶ୍ରୀଭଦ୍ର ପ୍ରବୀଣ, ଆର୍ଚ୍ଚ ପ୍ରବୀଣ, ଅଭିନବ ଶରଣ୍ୟ ନାୟାର, ରଣଜିତ୍‌ କୁମାର ଅଦାଥୋଲାଥ ପୁନଥିଲ୍‌, ଇନ୍ଦୁ ଲକ୍ଷ୍ମୀ ପୀଥାମ୍ବରନ୍‌ ରଗଲାଥ ଓ ବୈଷ୍ଣବ ରଣଜିତ୍‌। କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ନେପାଳରେ ମାଲୟାଲି ପର୍ଯ୍ୟଟକଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କରିଥିବାବେଳେ ବହିର୍ବ୍ୟାପାର ମନ୍ତ୍ରୀଙ୍କ ସହାୟତା ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?