ନେମାଳୋ ପୀଠର ହେବ ବିକାଶ

ଭୁବନେଶ୍ୱର,୧୨।୩(ବ୍ୟୁରୋ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ମହାପୁରୁଷ ଅଚ୍ୟୁତାନନ୍ଦ ଦାସଙ୍କ ପୀଠସ୍ଥଳୀ ତଥା ପ୍ରସିଦ୍ଧ ନେମାଳୋ ପୀଠର ବିକାଶ କରାଯିବ। ଏନେଇ ପଞ୍ଚାୟତିରାଜ, ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଦୃଷ୍ଟିକୋଣରୁ ଗୁରୁତ୍ୱ ବହନ କରିଥିବା ଏହି ପୀଠକୁ ଦୈନନ୍ଦିନ ପର୍ଯ୍ୟଟକ, ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ପୀଠର ବିକାଶ ପାଇଁ ଉକ୍ତ ବୈଠକରେ ଗୁରୁତ୍ୱାରୋପ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ପୀଠ ଏବଂ ଏହାର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ, ଜନସାଧାରଣଙ୍କ ସୁବିଧା, ଆନନ୍ଦବଜାରର ଉନ୍ନତିକରଣ, ଆଲୋକୀକରଣ, ରହିବା ବ୍ୟବସ୍ଥା ଆଦି ବିଷୟରେ ଆଲୋଚନା କରାଯାଇଛି। ଏ ନେଇ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ଚୁଡ଼ାନ୍ତ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଦେବୋତ୍ତର କମିଶନର, ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ, କଟକ ଉପଜିଲାପାଳ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀ ଓ ସ୍ଥାନୀୟ ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri