ନେଳିଆବାଗରେ କଣ୍ଟେନମେଣ୍ଟ ଅବଧି ଆଉ ୭ଦିନ ବଢିଲା

ବାଲେଶ୍ୱର ଅଫିସ,୨୬।୪-ବାଲେଶ୍ୱର ପୌରାଞ୍ଚଳର ନେଳିଆବାଗ ଅଞ୍ଚଳରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ତରଫରୁ ସଂକ୍ରମଣ ପ୍ରତିରୋଧ ଅଞ୍ଚଳ (କଣ୍ଟେନମେଣ୍ଟ ଜୋନ) ଭାବେ ଘୋଷଣା କରାଯାଇଥିଲା। ସେହି ଅଞ୍ଚଳରେ ଲୋକମାନଙ୍କ ଯିବା ଓ ଆସିବା ଉପରେ କଟକଣା ଜାରି କରାଯିବା ସହ ଲୋକମାନଙ୍କୁ ନିଜ ଘରେ ରହିବାକୁ କୁହାଯାଇଥିଲା । ଏପ୍ରିଲ ୨୫ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା। ଏବେ ଏହି କଣ୍ଟେନମେଣ୍ଟ ଅବଧିକୁ ଆଉ ୭ଦିନ ଅର୍ଥାତ ମେ’ ୨ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।
ପରବର୍ତ୍ତୀ ପର୍ଯ୍ୟାୟରେ ସେହି ଅଞ୍ଚଳରେ ଆହୁରି ୭ଟି ପଜିଟିଭ ଚିହ୍ନଟ ହେବା ପରେ ସେଠାରେ ପଜିଟିଭ ସଂଖ୍ୟା ଏବେ ୮କୁ ବୃଦ୍ଧି ପାଇଛି । ତେଣୁ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଅଞ୍ଚଳରେ କୋଭିଡ଼-୧୯ ସଂକ୍ରମଣକୁ ରୋକିବା ଲାଗି ଜିଲାପାଳ ତଥା କ୍ଷମତାପ୍ରାପ୍ତ ଅଧିକାରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏହି ଅବଧିକୁ ଆଉ ୭ଦିନ ବୃଦ୍ଧି କରିଛନ୍ତି । ପୂର୍ବରୁ ସେହି ଅଞ୍ଚଳରେ ଜାରି କରାଯାଇଥିବା ସମସ୍ତ କଟକଣା ଆସନ୍ତା ମେ’ ୨ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସେହିପରି ରବିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ସମଗ୍ର ବାଲେଶ୍ୱର ଜିଲାରେ ଶଟଡାଉନ ଅବଧି ସରିଥିବା ବେଳେ ଜିଲାରେ ପୂର୍ବଭଳି ଲକ୍‌ଡାଉନ କଟକଣା ଜାରି ରହିବ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡ଼ିକ ଦିନ ୨ଟା ପର୍ଯ୍ୟନ୍ତ ଖୋଲା ରହିପାରିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri