ନେହା କକ୍କରଙ୍କ ବଦାନ୍ୟତା: ଦମକଳ କର୍ମଚାରୀଙ୍କୁ ୨ ଲକ୍ଷ ଟଙ୍କା ଦେଲେ ସହାୟତା

ବଲିଉଡ୍‌ ଗାୟିକା ନେହା କକ୍କର ଏବେ ବେଶ୍‌ ଚର୍ଚ୍ଚାରେ। ଗାୟକ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟଙ୍କ ସହ ତାଙ୍କ ବିବାହକୁ ନେଇ ଆଲୋଚନା ଚାଲିଛି। ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଜଜ୍‌ ଭୂମିକାରେ ଥିବା ନେହା ଜଣେ ଦମକଳ କର୍ମଚାରୀଙ୍କ ପ୍ରତି ବଦାନତା ଦେଖାଇଛନ୍ତି। ଗଣତନ୍ତ୍ର ଦିବସ ଉପଲକ୍ଷେ ଇଣ୍ଡିଆନ୍‌ ଆଇଡଲ୍‌-୧୧ ଶୋ’ରେ ଏକ ସ୍ବତନ୍ତ୍ର ଏପିସୋଡ ଶୁଟ୍‌ ଅବସରରେ ଭାରତୀୟ ସେନାର କିଛି ଯବାନ, ପୋଲିସକର୍ମୀ, ସୁରକ୍ଷାକର୍ମୀ ଏବଂ ଦମକଳ କର୍ମୀଙ୍କୁ ମୁଖ୍ୟ ଅତିଥି ଭାବେ ଆମନ୍ତ୍ରିତ କରାଯାଇଥିଲା। ବିପିନ ଗଣତ୍ରା ନାମକ ଜଣେ ଦମକଳକର୍ମୀଙ୍କ ପ୍ରେରଣାଦାୟକ କାହାଣୀ ଶୁଣି ନେହା ତାଙ୍କୁ ୨ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିଲେ। ବିପିନ୍‌ ଗତ ୪୦ ବର୍ଷ ଧରି ନିଆଁ ଲିଭାଇବା କାର୍ଯ୍ୟ କରିଆସୁଛନ୍ତି। ଇତିମଧ୍ୟରେ ସେ ଅନେକଙ୍କ ଜୀବନ ମଧ୍ୟ ବଞ୍ଚାଇସାରିଲେଣି। ଏଥିପାଇଁ ଭାରତ ସରକାରଙ୍କ ପକ୍ଷରୁ ତାଙ୍କ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଛି। ନେହା ପୂର୍ବରୁ ମଧ୍ୟ ଶୋ’ରେ ଜଣେ କଣ୍ଠଶିଳ୍ପୀଙ୍କ ଦୁଃଖ କାହାଣୀ ଶୁଣି ତାଙ୍କୁ ୨ ଲକ୍ଷ ଟଙ୍କା ସହାୟତା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri