ନୋକିଆର ୪୨ କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୮।୫: ମୋବାଇଲ ଫୋନ ନିର୍ମାଣକାରୀ କମ୍ପାନୀ ନୋକିଆର ୪୨ଜଣ କର୍ମଚାରୀ କରୋନା ଆକ୍ରାନ୍ତ ବୋଲି ଜଣାପଡିଛି। ଏମାନେ ଶ୍ରୀପେରୁମ୍‌ବୁଡୁର ତାମିଲନାଡୁ ୟୁନିଟ୍‌ରୁ କାମ କରୁଥିଲେ। ଏହି ଘଟଣାକୁ ଧ୍ୟାନରେ ରଖି ଆସନ୍ତା ନିର୍ଦ୍ଦେଶାବଳୀ ପର୍ଯ୍ୟନ୍ତ କାରଖାନାର ଉତ୍ପାଦନ ବନ୍ଦ ରହିବ ବୋଲି ମଙ୍ଗଳବାର କମ୍ପାନୀ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ଗତ ସପ୍ତାହରେ କମ୍ପାନୀର କିଛି କର୍ମଚାରୀ କରୋନା ସଂକ୍ରମଣ ସନ୍ଦେହରେ ସ୍ଥାନୀୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ଯାଇଥିଲେ ପ୍ରାଥମିକ ଚିକିତ୍ସାରୁ କମ୍ପାନୀର ପ୍ରାୟତଃ ୪୨ଜଣ କର୍ମଚାରୀ କୋଭିଡ୍‌-୧୯ରେ ଆକ୍ରାନ୍ତ ବୋଲି ଜଣାପଡ଼ିବାରୁ କାରଖାନକୁ ବନ୍ଦ ରଖିବା ପାଇଁ କମ୍ପାନୀ ନିଷ୍ପତ୍ତି ନେଇଛି। ଉକ୍ତ କର୍ମଚାରୀମାନେ କାହା କାହା ସହ ମିଳାମିଶା କରିଥିଲେ ଏବଂ କମ୍ପାନୀର କେଉଁ ସବୁ ସ୍ଥାନରେ କାମ ଓ ଚଳପ୍ରଚଳ କରିଛନ୍ତି ସେ ବିଷୟରେ ଆବଶ୍ୟକ ତଥ୍ୟ ସଂଗ୍ରହକରି ସରକାରୀ ନିୟମାବଳୀ ଅନୁସାରେ କାରଖାନାକୁ ସମ୍ପୂର୍ଣ୍ଣ ସାନିଟାଇଜ କରିବା ପାଇଁ ଏହି ବନ୍ଦ କରାଯାଇଛି । ଅନ୍ୟମାନେ ଯେପରି ଏହି ସଂକ୍ରମଣରେ ଆକ୍ରାନ୍ତ ନ ହୁଅନ୍ତି ଏବଂ ବାଣିଜି୍ୟକ କ୍ଷତି କମ୍ପାନୀ ପାଇଁ ଚିନ୍ତାର କାରଣ ହୋଇଛି। ଗତ କିଛିଦିନ ତଳେ ଓପୋ ଫୋନ’ର କେତେଜଣ କର୍ମଚାରୀ ମଧ୍ୟ ଏହି ସଂକ୍ରମଣରେ ଆକ୍ରାନ୍ତ ହୋଇଥିଲେ। ଫଳରେ କମ୍ପାନୀ ତା’ର ଉତ୍ପାଦନକୁ ବନ୍ଦ ରଖିଥିବା କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri