Posted inଜାତୀୟ

ନୌଶେରା ସେକ୍ଟରରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଭାରତୀୟ ଯବାନ ଶହୀଦ,୧୨ରୁ ଅଧିକ ପାକିସ୍ତାନୀ ସୈନ୍ୟ ଆହତ

ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀରର ନୌଶେରାସ୍ଥିତ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ପୁଞ୍ଛ ଜିଲାର କ୍ରିଷ୍ଣାଘାଟି, ରାଜୌରୀ ଏବଂ ନୌଶେରା ସେକ୍ଟରକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଭୋର୍‌ ୩ଟା ୩୦ ଠାରୁ ଏଭଳି ଜାରି ରହିଥିବା କୁହାଯାଉଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ସେ ଫରଓ୍ବାର୍ଡ ପୋଷ୍ଟରେ ମୁତୟନ ଥିଲେ। ଶହୀଦ ହୋଇଥିବା ଯବାନ ଜଣେ ନାଏବ ସୁବେଦାର ବୋଲି କୁହାଯାଉଛି। ଭାରତୀୟ ସେନା ଏହାର କଡ଼ା ଜବାବ ଦେବା ଆରମ୍ଭ କରିଛନ୍ତି। ଭାରତୀୟ ସେନାଙ୍କ ଗୁଳି ମାଡ଼ରେ ୧୨ରୁ ଅଧିକ ପାକିସ୍ତାନୀ ସୈନ୍ୟ ଆହତ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଜୁନ୍‌ ୫ଠାରୁ ବର୍ତ୍ତମାନ ସୁଦ୍ଧା ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ ଯୋଗୁ ୪ ଜଣ ଯବାନ ଶହୀଦ ହୋଇଛନ୍ତି। ଜୁନ୍‌ ୫ରେ ରାଜୌରୀ ଜିଲାର ସୁନ୍ଦରବାଣୀ ସେକ୍ଟରରେ ହାବିଲଦାର ପି. ମାଥାଇଜାହାଗନ ଶହୀଦ ହୋଇଥିବାବେଳେ ଜୁନ୍‌ ୧୦ରେ ତାରକୁଣ୍ଡିରେ ନାଏକ ଗୁରୁଚରଣ ସିଂ ଏବଂ ଜୁନ୍‌ ୧୪ରେ ସିପାହୀ ଲଙ୍ଗାମ୍ବୁଇ ଏବୋନମେଇ ପୁଞ୍ଛ ଅଞ୍ଚଳରେ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri