ନ୍ୟାୟ ପାଇଁ ଛାତ୍ରୀଛାତ୍ରଙ୍କ ୧୬ କି.ମି. ପଦଯାତ୍ରା

ସମ୍ବଲପୁର,୬ା୧୧(ବ୍ୟୁରୋ):ସମନ୍ବିତ ବା ଇଣ୍ଟିଗ୍ରେଟେଡ୍‌ ପାଠ୍ୟକ୍ରମରେ ଉତ୍ତୀର୍ଣ୍ଣ ଯୁବତୀ ଯୁବକଙ୍କୁ ସରକାର ଚାକିରି ଦେବା ପାଇଁ କୌଣସି ସୁବିଧା କରି ନାହାନ୍ତି। କିଛି ଦିନ ତଳେ ଶିକ୍ଷକ ପଦ ପାଇଁ ବାହାରି ଥିବା ବିଜ୍ଞାପନରେ ବିଏଡ୍‌, ଏମ୍‌ଏଡ୍‌ ପାସ୍‌ ଯୋଗ୍ୟତା ମଗାଯାଇଛି । ହେଲେ ସମନ୍ବିତ ବିଏଡ୍‌ ଓ ଏମ୍‌ଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କ ପାଇଁ ଆବେଦନ କରିବାର ସୁବିଧା କରାଯାଉ ନାହିଁ । ତେଣୁ ସମଗ୍ର ରାଜ୍ୟରେ ସମନ୍ବିତ ବିଏଡ୍‌ ଓ ଏମଏଡ୍‌ ପାଠ ପଢୁଥିବା ହଜାର ହଜାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ନଷ୍ଟ ହୋଇଯିବ। ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ପାଠ ପଢିଲା ପରେ ଏବେ ସେମାନେ କୁଆଡେ ଯିବେ। ଏହାର ସମାଧାନ ପାଇଁ ରାଜ୍ୟ ଓ କେନ୍ଦ୍ର ମନ୍ତ୍ରୀମାନଙ୍କୁ ଅଭିଯୋଗ ହେଲା ପରେ ବି କିଛି ସୁଫଳ ମିଳି ନାହିଁ।
ମଙ୍ଗଳବାର ସମ୍ବଲପୁର ବିଶ୍ୱବିଦ୍ୟାଳୟର ସମନ୍ବିତ ଏମ୍‌ଏଡ୍‌ ଓ ବିଏଡ୍‌ ଛାତ୍ରୀଛାତ୍ର ସମ୍ବଲପୁର ପର୍ଯ୍ୟନ୍ତ ୧୬ କି.ମି. ପଦଯାତ୍ରା କରି ପ୍ରତିବାଦ ଜଣାଇଛନ୍ତି। ବିଶ୍ୱବିଦ୍ୟାଳୟରୁ ଭୁବନେଶ୍ୱର ଲୋକସେବା ଭବନକୁ ଶହେ ଛାତ୍ରୀଛାତ୍ର ପଦଯାତ୍ରାରେ ବାହାରିଥିଲେ। ହେଲେ କିଛି ବାଟ ଆସିଲା ପରେ ପ୍ରାୟ ୧୫ ଜଣ ଛାତ୍ରୀ ଅସୁସ୍ଥ ହୋଇ ପଡିଥିଲେ। ଏହା ଜାଣି ଜିଲାପାଳ ଶୁଭମ୍‌ ସକ୍‌ସେନା ସେମାନଙ୍କୁ ନିଜ କାର୍ଯ୍ୟାଳୟକୁ ଡାକି ଆଲୋଚନା କରିଥିଲେ। ବିଶ୍ୱବିଦ୍ୟାଳୟ ପକ୍ଷରୁ ଦାୟିତ୍ୱରେ ଥିବା କୁଳପତି ପ୍ରଫେସର ଅର୍କ କେଶରୀ ଦାସମହାପାତ୍ର, ରେଜିଷ୍ଟ୍ରାର ସଞ୍ଜତ ସାହୁ ମଧ୍ୟ ଏହି ଆଲୋଚନାରେ ଉପସ୍ଥିତ ଥିଲେ । ୩ ଦିନ ଭିତରେ ସମସ୍ୟାର ସମାଧାନ ହୋଇଯିବ ବୋଲି ଜିଲାପାଳ ସକସେନା ଏମାନଙ୍କୁ ପ୍ରତିଶ୍ରୁତି ଦେବା ପରେ ଛାତ୍ରୀଛାତ୍ର ପଦଯାତ୍ରା ସ୍ଥଗିତ କରି ଫେରି ଯାଇଛନ୍ତି। ତେବେ ଏ ସମ୍ପର୍କରେ କୁଳପତି ଦାସମହାପାତ୍ର କହିଛନ୍ତି, ଛାତ୍ରୀଛାତ୍ର ଚାକିରି ନ ମିଳିବାରୁ ଆନ୍ଦୋଳନ କରୁଛନ୍ତି । ଆବେଦନ କରିବାକୁ ଓ୍ବେସାଇଟ୍‌ରେ ସାମାନ୍ୟ ତ୍ରୁଟି ରହିଛି। ତାହା ଠିକ୍‌ କରି ଦିଆଯିବ। ଜିଲାପାଳ ମଧ୍ୟ ବିଭାଗୀୟ ସଚିବଙ୍କ ସହ ଆଲୋଚନା କରିଛନ୍ତି । ଏଥିରେ ଛାତ୍ରୀଛାତ୍ର ଭୟଭୀତ ହେବା ଅନୁଚିତ। କେନ୍ଦ୍ର ସରକାର ଏହି ପାଠ୍ୟକ୍ରମକୁ ସ୍ବୀକୃତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri