ନ୍ୟାୟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ବଞ୍ଚିତ ଅଭିଭାବକ

ଯୋଡ଼ା,୨।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ସୋମବାର ନ୍ୟାୟ ପାଇଁ ଲିଖିତ ଆକାରରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଦଶମ ଶ୍ରେଣୀରେ ପଢୁଥିବା ୮୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୪୯ ଜଣ ଫର୍ମ ପୂରଣ କରିଥିଲେ। ଅବଶିଷ୍ଟ ୩୩ ଛାତ୍ରୀଛାତ୍ର ଦଶମ ଶ୍ରେଣୀର ପ୍ରି-ବୋର୍ଡ ପରୀକ୍ଷାରେ ମାର୍କ କମ୍‌ ରଖିଥିବାରୁ ସେମାନଙ୍କୁ ଅଯୋଗ୍ୟ ଦର୍ଶାଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସେମାନଙ୍କର ଫର୍ମ ପୂରଣ କରାଇ ନ ଥିଲେ । ଫଳରେ ଫର୍ମ ପୂରଣ ତାରିଖ ଶେଷ ହୋଇଯାଇଥିଲେ ମଧ୍ୟ ସେମାନେ ଫର୍ମ ପୂରଣ କରି ପାରି ନ ଥିଲେ । ଏହି ଘଟଣାକୁ କେନ୍ଦ୍ରକରି ଶନିବାର ଅଭିଭାବକ ପୋଲିସକୁ ଜଣାଇ ସ୍କୁଲରେ ତାଲା ପକାଇଥିଲେ। ଏ ନେଇ ବ୍ଲକ ଶିକ୍ଷାଧିକାରୀ ଓ ଜିଲା ଶିକ୍ଷାଧିକାରୀଙ୍କୁ ଲିଖିତ ଭାବେ ଜଣାଇଥିଲୋ ଯୋଡା ଥାନା ଆଇଆଇସି ଏହାର ସମାଧାନ କରାଯିବ ବୋଲି କହି ସ୍କୁଲରୁ ତାଲା ଖୋଲିବାକୁ ଅଭିଭାବକମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମାତ୍ର ଏହାର କୌଣସି ସମାଧାନ ନ ହେବାରୁ ସେମାନେ ସୋମବାର ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିବା ଅଭିଭାବକ ଲକ୍ଷ୍ମଣ ପାତ୍ର, ରାମ ପାତ୍ର, ବିକ୍ରମ ଗାଗରାଇ ପ୍ରମୁଖ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri