Posted inଖେଳ

ନ୍ୟୁଜିଲାଣ୍ଡ କବ୍‌ଜାରେ ଦିନିକିଆ ସିରିଜ୍‌

ଅକ୍‌ଲାଣ୍ଡ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୨ ରନ୍‌ରେ ବିଜୟ ହାସଲ କରିଛି। ଏଥି ସହିତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଘରୋଇ ଦଳ ୨-୦ ବ୍ୟବଧାନରେ ଆଗୁଆ କବ୍‌ଜା କରିନେଇଛି। ମ୍ୟାଚ୍‌ରେ ଅଲରାଉଣ୍ଡର ପ୍ରଦର୍ଶନ କରିଥିବା କାଇଲ ଜାମିସନ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୨୭୩ ରନ୍‌ କରିଥିଲା। ଦଳ ପାଇଁ ମାର୍ଟିନ ଗୁପଟିଲ ୭୯, ରସ ଟେଲର ୭୩* ଓ ହେନ୍‌ରୀ ନିକୋଲାସ ୪୧ ରନ୍‌ କରିଥିଲେ। ବୋଲିଂରେ ଭାରତ ପକ୍ଷରୁ ୟୁଜବେନ୍ଦ୍ର ଚହଲ ୩ ଓ ଶାର୍ଦ୍ଦୁଳ ଠାକୁର ୨ ଉଇକେଟ ନେଇଥିଲେ। ୨୭୪ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଭାରତ ଇନିଂସ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ୧୫୩ ରନ୍‌ରେ ୭ ଉଇକେଟ ହରାଇ ନିଶ୍ଚିତ ପରାଜୟ ଆଡ଼େ ମୁହଁାଇଥିଲା। କିନ୍ତୁ ରବୀନ୍ଦ୍ର ଜାଡେଜା ଓ ନବଦୀପ ସଇନି ଅଷ୍ଟମ ଉଇକେଟ ଲାଗି ୭୬ ରନ୍‌ର ଭାଗୀଦାରି କରି ବିଜୟ ସମ୍ଭାବନା ସୃଷ୍ଟି କରିଥିଲେ। କିନ୍ତୁ ପୁନଃ ଉଇକେଟ ପତନ ହେବାରୁ ଦଳ ୨୫୧ ରନ୍‌ରେ ସୀମିତ ରହିଥିଲା। ଜାଡେଜା ୫୫, ଶ୍ରେୟାସ ଆୟାର ୫୨ ଓ ସଇନି ୪୫ ରନ୍‌ କରିଥିଲେ। ବିଜୟୀ ଦଳ ଲାଗି ହାମିଶ ବେନଟ, ଟିମ ସୌଦି, ଜାମିସନ ଓ କଲିନ ଡେ ଗ୍ରାଣ୍ଡହୋମ ୨ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri