Posted inଖେଳ

ନ୍ୟୁଜିଲାଣ୍ଡ ଫେରିଲେ ମାଇକ୍‌ ହେସନ

ନୂଆଦିଲ୍ଲୀ, ୨୯ା୪ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର କ୍ରିକେଟ ଅପରେଶନ ଡାଇରେକ୍ଟର ମାଇକ୍‌ ହେସନ ମଙ୍ଗଳବାର ନ୍ୟୁଜିଲାଣ୍ଡ ଫେରିଯାଇଛନ୍ତି। କୋଭିଡ୍‌-୧୯ ମହାମାରୀ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଲାଗୁ କରାଯାଇଥିବାରୁ ସେ ମାସାଧିକ କାଳ ଭାରତରେ ଅଟକି ରହିଥିଲେ। ଆଇପିଏଲ୍‌ର ୧୩ତମ ସଂସ୍କରଣରେ ଭାଗ ନେବା ଲାଗି ନ୍ୟୁଜିଲାଣ୍ଡର ପୂର୍ବତନ ଖେଳାଳି ଓ କୋଚ୍‌ ମାର୍ଚ୍ଚ ୫ରେ ଭାରତରେ ପହଞ୍ଚତ୍ଥିଲେ। ଲକ୍‌ଡାଉନ୍‌ ପରେ ସମସ୍ତ ବିମାନସେବାକୁ ସସ୍‌ପେଣ୍ଡ କରାଯାଇଥିବାରୁ ସେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିପାରି ନ ଥିଲେ। ଗୋଟିଏ ଦିନ ବସ୍‌ ଯାତ୍ରା ପରେ ସେ ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚତ୍ଥିଲେ। ବସ୍‌ ଯାତ୍ରା ସମୟରେ ପାର୍ଶ୍ୱ ଦୃଶ୍ୟ ଅତ୍ୟନ୍ତ ମନ ମୁଗ୍ଧକର ଥିଲା ବୋଲି ସେ କହିଛନ୍ତି। ତାଙ୍କ ସ୍ବଦେଶ ଫେରିବା ବ୍ୟବସ୍ଥା ପାଇଁ ସେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାରତରେ ଥିବା ନ୍ୟୁଜିଲାଣ୍ଡ ଦୂତାବାସ, ନ୍ୟୁଜିଲାଣ୍ଡ ବୈଦେଶିକ ମନ୍ତ୍ରଣାଳୟ ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜାସିଣ୍ଡା ଆର୍‌ଡର୍ନଙ୍କୁ ଧନ୍ୟବାଦ ଜଣାଇଛନ୍ତି। କରୋନାଭାଇରସ୍‌ ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଉଭୟ ଭାରତ ଓ ନ୍ୟୁଜିଲାଣ୍ଡ ସେମାନଙ୍କ ଦେଶରେ ଗତମାସରୁ ଲକ୍‌ଡାଉନ୍‌ ଲାଗୁ କରିବା ସହ ଯାତାୟାତରେ କଟକଣା ଜାରି କରିଛନ୍ତି। ୪୫ ବର୍ଷୀୟ ହେସନଙ୍କୁ ଏଥିପାଇଁ ବେଙ୍ଗାଲୁରୁରେ ଅଟକିବାକୁ ପଡ଼ିଥିଲା। ଭାରତରେ ଲକ୍‌ଡାଉନ୍‌ର ମିଆଦକୁ ଇତିମଧ୍ୟରେ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡରେ ମଙ୍ଗଳବାରଠାରୁ କଟକଣା କୋହଳ କରାଯାଇଛି। କାର୍ଯ୍ୟସୂଚୀ ଅନୁସାରେ ଆଇପିଏଲ୍‌ ମାର୍ଚ୍ଚ ୨୯ରୁ ହେବାର କାର୍ଯ୍ୟକ୍ରମ ରହିଥିଲା। ମାତ୍ର ମହାମାରୀ ଯୋଗୁ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟମଣ୍ଡଳ କ୍ରୀଡ଼ା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri