Posted inଖେଳ

ନ୍ୟୁଜିଲାଣ୍ଡର ରୋମାଞ୍ଚକ ବିଜୟ

ମାଞ୍ଚେଷ୍ଟର, ୨୩ା୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌ରେ ଅଧିତ୍ନାୟକ କେନ୍‌ ଓ୍ବିଲିୟମସନଙ୍କ କ୍ୟାରିୟର ଶ୍ରେଷ୍ଠ ୧୪୮ ରନ ସହାୟତାରେ ନ୍ୟୁଜିଲାଣ୍ଡ ୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଏହି ରୋମାଞ୍ଚକ ମ୍ୟାଚରେ କାର୍ଲୋସ ବ୍ରାଥଓ୍ବେଟଙ୍କ ଆକର୍ଷଣୀୟ ୧୦୧ ରନ ସତ୍ତ୍ୱେ ୨୯୨ରନର ବିଜୟ ଲକ୍ଷ୍ୟକୁ ପିଛା କରି ଓ୍ବେଷ୍ଟଇଣ୍ଡିଜ ୪୯ ଓଭରରେ ୨୮୬ ରନ କରିଥିଲା। ଦଳ ପକ୍ଷରୁ ଅନ୍ୟମାନଙ୍କ ମଧ୍ୟରେ କ୍ରିସ୍‌ ଗେଲ୍‌ ୮୭ରନ ଓ ସିମରନ ହେଟମେର ୫୪ ରନ କରିଥିଲେ। ଶନିବାର ଏହିି ବିଜୟ ଦ୍ୱାରା ନ୍ୟୁଜିଲାଣ୍ଡ ୧୧ପଏଣ୍ଟ ସହ ଅଷ୍ଟ୍ରେଲିଆକୁ ହଟାଇ ଟେବୁଲରେ ଶୀର୍ଷକୁ ଉଠିଛି। ପୂର୍ବରୁ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ବିନିମୟରେ ୨୯୧ ରନ କରିଥିଲା। ଓ୍ବିଲିୟମସନ ଶନିବାର ତାଙ୍କ ଶତକୀୟ ଇନିଂସରେ ୧୪ ଚୌକା ଓ ଗୋଟିଏ ଛକା ଲଗାଇଥିଲେ। ଅନ୍ୟତମ ସଫଳ ବ୍ୟାଟ୍ସମ୍ୟାନ ରସ୍‌ ଟେଲର ୬୯ ରନ କରିଥିଲେ। ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ବାମହାତୀ ପେସ୍‌ ବୋଲର ଶେଲଡନ କୋଟ୍ରେଲ ୫୬ରନ ବିନିମୟରେ ୪ଟି ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର
ନ୍ୟୁଜିଲାଣ୍ଡ : ୫୦ ଓଭରରେ ୨୯୧/୮ (ଓ୍ବିଲିୟମସନ-୧୪୮, ଟେଲର-୬୯, କୋଟ୍ରେଲ-୪/୫୬, ବ୍ରାଥଓ୍ବେଟ୍‌-୨/୫୮)।
ଓ୍ବେଷ୍ଟଇଣ୍ଡିଜ: ୪୯ ଓଭରରେ୨୮୬/ଅଲଆଉଟ (ବ୍ରାଥଓ୍ବେଟ୍‌-୧୦୧, ଗେଲ୍‌-୮୭,ହେଟମେର୍‌-୫୪; ଟ୍ରେଣ୍ଟ ବୋଲ୍ଟ-୪/୩୦, ଲୋକି ଫର୍ଗୁସନ-୩/୫୯)।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri