ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲାନି ଏକାଦଶ: ହାଇକୋର୍ଟ ଯିବାକୁ ଅଭିଭାବକଙ୍କ ଚେତାବନୀ

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ବର୍ଷ ଏକାଦଶ ଶ୍ରେଣୀ ନ ଖୋଲିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ସଂଘ ଏ ନେଇ ହାଇକୋର୍ଟ ଯିବେ ବୋଲି ଏକ ବୈଠକ କରି ନିଷ୍ପତ୍ତି ନେଇଛନ୍ତି। ଜିଲାରେ ସିବିଏସଇ ସିଲାବସ୍‌ ଅନୁଯାୟୀ ଏକାଦଶ ଓ ଦ୍ୱାଦଶ ପଢ଼ିବା ପାଇଁ କୌଣସି ଶିକ୍ଷାନୁଷ୍ଠାନ ନ ଥିବାରୁ ଏ ନେଇ ଅଭିଭାବକମାନେ ଚିନ୍ତାରେ ପଡିଛନ୍ତି। ଛାତ୍ରୀଛାତ୍ରମାନେ କେଉଁଠି ପଢ଼ିବେ ସେ ନେଇ ଚିନ୍ତାରେ ଅଛନ୍ତି।

ଜିଲାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଖୋଲିବା ପାଇଁ ନା ପ୍ରଶାସନ ନା ସ୍କୁଲ କର୍ତ୍ତୃପକ୍ଷ କେହି ଆଗ୍ରହ ପ୍ରକାଶ କରୁନାହାନ୍ତି। ଫଳରେ ବିଭିନ୍ନ ସମୟରେ ଅଭିଭାବକମାନେ ଧାରଣା ଦେଉଛନ୍ତି। ନୟାଗଡ଼ ସମେତ ଏକା ସମୟରେ ଓଡ଼ିଶାର ସୋନପୁର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ନୂଆପଡ଼ା, ଭଞ୍ଜନଗର, କେନ୍ଦୁଝର, ଆସ୍କା ଆଦି ସ୍ଥାନରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଥିଲା। ସେ ସମସ୍ତ ସ୍ଥାନରେ ଏକାଦଶ ଶ୍ରେଣୀ ଖୋଲି ସାରିଲାଣି ହେଲେ ନୟାଗଡ଼ରେ ଏ ପର୍ଯ୍ୟନ୍ତ ଖୋଲି ପାରିନାହିଁ। କିଛିବର୍ଷ ହେଲା ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲୁଛି। ବର୍ତ୍ତମାନ ହାଉର୍ସିଂ ବୋର୍ଡ କଲୋନୀଠାରେ ନବନିର୍ମିତ କେନ୍ଦ୍ରୀୟ ବିଦ୍ୟାଳୟକୁ ସ୍ଥାନାନ୍ତର କରାଯାଇ ପାରୁନାହିଁ। ଏକାଦଶ ଦ୍ୱାଦଶ ଶ୍ରେଣୀ ନ ଖୋଲିବା ଯୋଗୁ ୧୦ମ ପାସ୍‌ କରିଥିବା ଛାତ୍ରୀଛାତ୍ରମାନେ ଉତ୍ତମ ଫଳ ହାସଲ କରିଥିବା ସତ୍ତ୍ୱେ ଉଚ୍ଚଶିକ୍ଷା ପାଇଁ ଜଟଣୀ କିମ୍ବା ଭୁବନେଶ୍ୱରଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ପଢୁଛନ୍ତି। ବାହାରେ ରହି ପଢ଼ୁଥିବା ଯୋଗୁ ସେମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ଦାବି, ଆଲୋଚନା ଏବଂ ଆନ୍ଦୋଳନ ସତ୍ତ୍ୱେ ଉଚ୍ଚ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନ ନେଇ ପିଲାଙ୍କ ଭବିଷ୍ୟତ ସହ ଖେଳ ଖେଳୁଥିବାରୁ ବାଧ୍ୟ ହୋଇ ଅଭିଭାବକମାନେ ପୁନର୍ବାର ଆନ୍ଦୋଳନକୁ ଓହ୍ଲାଇବା ସହ ଉଚ୍ଚ ନ୍ୟାୟାଳୟରେ ଆଶ୍ରୟ ନେବେ ବୋଲି କେନ୍ଦ୍ରୀୟ ବିଦ୍ୟାଳୟ ଅଭିଭାବକ ମହାସଂଘର ସଭାପତି ପ୍ରଶାନ୍ତ କୁମାର ଦାସ ଏବଂ ସମ୍ପାଦକ ନିରଞ୍ଜନ ବିଶ୍ୱାଳ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri