ନୟାଗଡ଼ ଚିନିକଳ କାର୍ଯ୍ୟକ୍ଷମ ଦାବି: ଆସନ୍ତା ୬ରେ ଜିଲା ବନ୍ଦ ଡାକରା

ଓଡ଼ଗାଁ,୧।୩(ସ୍ବ.ପ୍ର.)-୫ ବର୍ଷ ହେଲା ବନ୍ଦ ରହିଥିବା ନୟାଗଡ ଚିନିକଳକୁ କାଯର୍‌ୟକ୍ଷମ କରିବାକୁ ଚିନିକଳ କ୍ରିୟାନୁଷ୍ଠାନ କମିଟି ମାର୍ଚ୍ଚ ୬ ତାରିଖରେ ଜିଲା ବନ୍ଦ ସହିତ ହରତାଳ ଡାକରା ଦେଇଛି । ଏହି କ୍ରମରେ କମିଟିର କର୍ମକର୍ତ୍ତାଙ୍କ ସହିତ କେତେକ ଚାଷୀ ଓ ସମର୍ଥକ ନୟାଗଡରୁ ଏକ ସାଇକେଲ ଶୋଭାଯାତ୍ରାରେ ଆସି ଶନିବାର ସନ୍ଧ୍ୟାରେ ଓଡଗଁା ବଜାରରେ ପହଞ୍ଚତ୍ଥିଲେ । ବଜାର ଛକରେ ଅଚ୍ୟୁତାନନ୍ଦ ପଣ୍ଡାଙ୍କ ସମେତ ସ୍ଥାନୀୟ ବାସିନ୍ଦା ଶୋଭାଯାତ୍ରାକୁ ସ୍ବାଗତ କରିଥିଲେ । ଚିନିକଳ ଚଳାଇବା ନିମନ୍ତେ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ଆନ୍ତରିକତା ନ ଥିବା ବକ୍ତାମାନେ ଅଭିଯୋଗ କରିଥିଲେ।  ସେହିପରି ନିର୍ବାଚନ ପ୍ରତିଶ୍ରୁତିକୁ ଭୁଲିଯାଇ ସ୍ଥାନୀୟ ନେତାମାନେ ବିଚାର ବିଭାଗୀୟ ମାଲିମକଦ୍ଦମାର ଦ୍ୱାହିଦେଇ ଚାଷୀମାନଙ୍କୁ ଭୁଆଁ ବୁଲାଉଥିବା ମଧ୍ୟ କହିଥିଲେ । ଏଥିନିମନ୍ତେ ଜିଲାବ୍ୟାପୀ ସେମାନେ ଦେଇଥିବା ବନ୍ଦ ଡାକରାକୁ ସମର୍ଥନ କରିବା ପାଇଁ ଜିଲାବ୍ୟାପୀ ଗାଁକୁ ଗାଁ ସାଇକେଲ ଶୋଭାଯାତ୍ରା ମାଧ୍ୟମରେ ବାହାରି ଜନ ସମର୍ଥନ ହାସଲ କରିବାକୁ ଉଦ୍ୟମ କରୁଥିବା ପ୍ରକାଶ କରିଥିଲେ । ବିଶ୍ୱନାଥ ମହାପାତ୍ର, ସନ୍ତୋଷ କୁମାର ପ୍ରଧାନ, ଶିବରାମ ମହାପାତ୍ର, ପବିତ୍ର ଇନ୍ଦ୍ରଜିତ ଓ ମନୋଜ କୁମାର ସାହୁ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର” ୨୦୨୬ ଉଦଘାଟିତ: କଳାହାଣ୍ଡି କଟାପାଙ୍କ ଅଭିନୟ ଦେଖି…

ଜି.ଉଦୟଗିରି, ୩।୨(ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଶ୍ରୀରାମପଦା ସ୍ଥିତ କଳିଙ୍ଗ ମିନି ଷ୍ଟାଡିୟମରେ ୫ଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଜି.ଉଦୟଗିରି ଶୀତ ମହୋତ୍ସବ…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର…

ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନା କରିବାକୁ…

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…

ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ…

ଭୀଷ୍ମଗିରି ରାମଜୀ ବିଦ୍ୟାଳୟରେ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ: ୭୬ ମେଧାବୀଙ୍କୁ ମେଧାବୃତ୍ତି ପ୍ରଦାନ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଫ୍ୟୁଜନ ଫାଇନାନ୍ସ ଲିମିଟେଡ ପକ୍ଷରୁ…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri