ନୟାଗଡ଼ ଜିଲା ମହୋତ୍ସବ ଉଦ୍‌ଘାଟିତ: ଲୋକକଳାଙ୍କୁ ଉଜ୍ଜୀବିତ ରଖେ ମହୋତ୍ସବ

ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଖେଳପଡ଼ିଆଠାରେ ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୧୯ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍‌ଘାଟନ କରି ନିର୍ମାଣାଧୀନ ବଲାଙ୍ଗୀ ପାର୍କକୁ ପୋଷ୍ୟ ପ୍ରକଳ୍ପ ଭାବେ ଗ୍ରହଣ କରିଥିବା ଘୋଷଣା କରିଥିଲେ। ଭାଷଣ ପ୍ରସଙ୍ଗରେ ସେ କହିଥିଲେ, ଓଡ଼ିଶାରେ ୪୭୧ ଗୋଟି ଲୋକକଳା ରହିଛି। ଓଡ଼ିଶା ରାଜ୍ୟ ଏକ ବୃକ୍ଷ ସଦୃଶ ହେଲେ ଲୋକକଳା ହେଉଛି ଏହାର ଚେର। ଚେରକୁ ଭୁଲିଗଲେ ଗଛ କେତେବେଳେ ଲୋଟି ପଡ଼ିବ। ତେଣୁ ଏହି ଚେରକୁ ସୁଦୃଢ଼ କରି ରଖିବା ହେଉଛି ମହୋତ୍ସବର ମୁଖ୍ୟ ଉଦ୍ଦେଶ୍ୟ। ତେଣୁ ବିଭିନ୍ନ ସ୍ଥାନରେ ହେଉଥିବା ମହୋତ୍ସବ ଲୋକକଳାକୁ ଉଜ୍ଜୀବିତ ରଖେ ବୋଲି ମନ୍ତ୍ରୀ ପାଣିଗ୍ରାହୀ ପ୍ରକାଶ କରିଥିଲେ। ଜିଲାପାଳ ଡ. ପୋମା ଟୁଡୁଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲାରେ କିପରି କମ୍‌ ସମ୍ବଳରେ ଭଲ କାର୍ଯ୍ୟକ୍ରମ କରାଯାଉଛି ସେ ନେଇ ବକ୍ତବ୍ୟ ରଖିଥିଲେ। ଜିଲାରେ ପ୍ରାକୃତିକ ଉତ୍ସ ନ ଥିବାବେଳେ ଦୃଢ଼ ମନୋଭାବ ଯୋଗୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଥିବା ସେ ପ୍ରକାଶ କରିଥିଲେ। ଜିଲାପାଳ ଟୁଡୁ ଜିଲା ମହୋତ୍ସବ ଏକ ଗଣପର୍ବରେ ପରିଣତ ହୋଇଥିବା ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତୀମାଳା ମହାନ୍ତି, ଏସ୍‌ପି ଶଶିଭୂଷଣ ଶତପଥୀ, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନର ସମ୍ପାଦକ ପ୍ରମୋଦ ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ। ସାମନ୍ତ ଚନ୍ଦ୍ର ଶେଖର ଅନୁଷ୍ଠାନ ପକ୍ଷରୁ ପଠାଣି ସାମନ୍ତ ଜୟନ୍ତୀ ସମାରୋହ ପାଳନ କରାଯାଇଥିଲା। ଏହି ଅବସରରେ ରଣପୁର ବିଧାୟକ ପ୍ରଧାନଙ୍କୁ ନୟାଗଡ଼ ଗୌରବ, ଏସ୍‌ପି ଶତପଥୀଙ୍କୁ ନୟାଗଡ଼ ବନ୍ଧୁ, ଶିକ୍ଷାବିତ୍‌ ତଥା ବିଜ୍ଞାନ ସ୍ରଷ୍ଟା ଓଡ଼ିଶା ବିଜ୍ଞାନ ଏକାଡ଼େମୀର ସଭାପତି ଡା. ପ୍ରମୋଦ ଚନ୍ଦ୍ର ମିଶ୍ରଙ୍କୁ ପଠାଣି ସାମନ୍ତ ପ୍ରତିଭା, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକଙ୍କୁ ପଠାଣି ସାମନ୍ତ ସାହିତ୍ୟ, ସାହିତି୍ୟକ ରବି ଶତପଥୀଙ୍କୁ ଦାସିଆ ଅଜା ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଜିଲା ପ୍ରଶାସନ ପକ୍ଷରୁ କନ୍ୟା ସନ୍ତାନଙ୍କ ସୁରକ୍ଷା ପାଇଁ ମୋ ଝିଅ ମାସ୍କଟ୍‌କୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଜିଲା ମହୋତ୍ସବର ମୁଖପତ୍ର ଆରଣ୍ୟକ ପତ୍ରିକା ଓ ସୁକାନ୍ତି ମହାନ୍ତିଙ୍କ କିଶୋର ଏକାଙ୍କିକା ସଚେତନ ପୁସ୍ତିକାକୁ ଅତିଥିମାନେ ଲୋକାର୍ପିତ କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନାୟକ ମଞ୍ଚ ପରିଚାଳନା କରିଥିଲେ। ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ପକ୍ଷରୁ ନୟାଗଡ଼ ବନ୍ଦନା ଗାନ କରାଯାଇଥିଲା। ପରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବୁଗୁଡ଼ାର ଯୋଡ଼ି ଶଙ୍ଖ, ରଘୁରାଜପୁରର ଗୋଟିପୁଅ, ରାୟଗଡ଼ାର ଢେମସା ଆଦି ନୃତ୍ୟ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri