ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର, ନର୍ସ କରୋନା ପଜିଟିଭ୍‌

ନୟାଗଡ଼ ଅଫିସ,୯।୬: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଡାକ୍ତର ଓ ନର୍ସଙ୍କୁ ଚିକିତ୍ସା ପାଇଁ ସୋମବାର ସାରୁ ଭୁବନେଶ୍ୱର କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସିଡିଏମ୍‌ଓ ସୁଧାଂଶୁ ଶେଖର ସଡ଼ଙ୍ଗୀ ସୂଚନା ଦେଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ଓ ନର୍ସ କରୋନାରେ ଆକ୍ରାନ୍ତ ହେବା ପରେ ମାତୃ ଶିଶୁ ଚିକିତ୍ସାଳୟର ଗୋଟିଏ ୱାର୍ଡ, ସର୍ଜରି ୱାର୍ଡ, କୋଭିଡ କଣ୍ଟ୍ରୋଲ ରୁମ୍‌ ସିଲ୍‌ କରାଯାଇ ବିଶୋଧନ ଆରମ୍ଭ ହୋଇଛି।
ପୂର୍ବରୁ ଜୁନ ୩ ତାରିଖରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନର୍ସ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।
ତେବେ ସେ କିପରି ଆକ୍ରାନ୍ତ ହେଲେ ତାହା ଏଯାବତ୍‌ ଜଣାପଡ଼ି ନ ଥିବା ବେଳେ ବର୍ତ୍ତମାନ ଡାକ୍ତର ଓ ଆଉ ଜଣେ ନର୍ସ କରୋନା ଆକ୍ରାନ୍ତ ହେବାକୁ ନେଇ ପ୍ରଶାସନର ଚିନ୍ତା ବଢ଼ିଛି। ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦୈନିକ ହଜାର ହଜାର ସଂଖ୍ୟାରେ ରୋଗୀ ଓ ତାଙ୍କ ସମ୍ପର୍କିୟ ଆସୁଛନ୍ତି। ତେବେ ଆକ୍ରାନ୍ତ ଡାକ୍ତର ଓ ନର୍ସଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି ସେନେଇ ଖୋଳତାଡ଼ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri