ନୟାଗଡ଼ ଡିଏଚ୍‌ଏଚ୍‌କୁ ‘ମୋ ସରକାର’ ଟିମ୍‌ର ପରିଦର୍ଶନ: ତଦାରଖ କଲେ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର, ୭ା୧(ବ୍ୟୁରୋ)‘ମୋ ସରକାର’ର ଟିମ୍‌ ସୋମବାର ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ପରିଦର୍ଶନ କରିଛନ୍ତି। ଉତ୍ତମ ସ୍ବାସ୍ଥ୍ୟସେବା ଓ ରୋଗୀଙ୍କ ପ୍ରତିକ୍ରିୟା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ୪ଜଣିଆ ଟିମ୍‌ ପଠାଯାଇଥିଲା। ଏହି ଟିମ୍‌ ଚିିକିତ୍ସାଳୟର ବିଭିନ୍ନ ଓ୍ବାର୍ଡ ଓ କାଉଣ୍ଟର ବୁଲି ୬୦ରୁ ଊର୍ଦ୍ଧ୍ୱ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ସହିତ ଆଲୋଚନା କରିଥିଲେ। ପରିଦର୍ଶନ ସମୟରେ ରାଜ୍ୟ ସରକାରଙ୍କ ‘ମୋ ସରକାର’ ଯୋଜନାକୁ ନେଇ ରୋଗୀମାନଙ୍କ ମଧ୍ୟରେ ସନ୍ତୋଷ ପ୍ରକାଶ ବୃଦ୍ଧି ପାଇଥିବା ଟିମ୍‌ ଜାଣିବାକୁ ପାଇଛି। ଚିକିତ୍ସାଳୟ କର୍ତ୍ତୃପକ୍ଷ ମଧ୍ୟ ଏହି ଯୋଜନା ସମ୍ପର୍କରେ ରୋଗୀଙ୍କୁ ସଚେତନ କରାଉଛନ୍ତି। ରୋଗୀମାନେ ଜାଣିଛନ୍ତି ଯେ, ପ୍ରତ୍ୟକ୍ଷଭାବେ ମୁଖ୍ୟମନ୍ତ୍ରୀ, ତାଙ୍କ କ୍ୟାବିନେଟ୍‌ ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀମାନେ ପ୍ରତିକ୍ରିୟା ନେଉଛନ୍ତି। ତେବେ ଚିକିତ୍ସାଳୟରେ ସ୍ବଚ୍ଛତା, ଭିତ୍ତିଭୂମି ସେବା, ରୋଗ ନିରୂପଣ ସହାୟକ ସେବା, ‘ନିରାମୟ’ ଯୋଜନାରେ ମିଳୁଥିବା ଔଷଧର ଉପଲବ୍ଧତା ବୃଦ୍ଧି ପାଇଥିବା ଟିମ୍‌ ଦେଖିବାକୁ ପାଇଥିଲା। ‘ନିରାମୟ’ ସେବା ସମ୍ପର୍କରେ ଜାଣିବା ପାଇଁ ଟିମ୍‌ର ଦୁଇଜଣ ସଦସ୍ୟ ରୋଗୀ ହୋଇ ଓପିଡି ଓ ନିରାମୟ କାଉଣ୍ଟରରେ ଧାଡ଼ିରେ ଛିଡ଼ା ହୋଇଥିଲେ ଏବଂ ଡାକ୍ତର-ରୋଗୀଙ୍କ ମଧ୍ୟରେ କଥାବାର୍ତ୍ତା ଓ ଔଷଧ ଉପଲବ୍ଧ ରହିଛି କି ନାହିଁ ତଦାରଖ କରିଥିଲେ। ଚିକିତ୍ସାଳୟରେ ରୋଗୀମାନେ ଉପଯୁକ୍ତ ସେବା ପାଇପାରୁଛନ୍ତି ବୋଲି ଟିମ୍‌ ଜାଣିବାକୁ ପାଇଥିଲା ଏବଂ ରୋଗୀଙ୍କ ପ୍ରତିକ୍ରିୟା ମଧ୍ୟ ସକାରାତ୍ମକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri