ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ସାଲିଆ ସାହି ବସ୍ତି ବିକାଶ ପରିଷଦ ଅଞ୍ଚଳର ସନ୍ତୋଷ ରେଡ୍ଡୀ ଓ ବିକ୍ରମ ରେଡ୍ଡୀ। ଏହି ଘଟଣାରେ ଫେରାର ଥିବା ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ ଚଳାଇଛି। ସୂଚନା ଅନୁଯାୟୀ, ସୁନାମି କ୍ଲବର କେତେଜଣ ସଦସ୍ୟଙ୍କ ଭିତରେ ଏକ ଭୁଲ୍‌ ବୁଝାମଣାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଗଣ୍ଡଗୋଳର ରୂପ ନେଇଥିଲା। ରିଙ୍କୁ ସ୍ବାଇଁଙ୍କ ସହ ଅନ୍ୟ କେତେଜଣଙ୍କର ଶତ୍ରୁତା ବଢ଼ିଥିଲା। ଗତ ୨୯ ତାରିଖ ବିଳମ୍ବିତ ରାତିରେ ରିଙ୍କୁ ବାଇକରେ ଘରକୁ ଫେରୁଥିବାବେଳେ ଅଭିଯୁକ୍ତମାନେ ତାଙ୍କ ଉପରକୁ ବୋମାମାଡ଼ କରି ଫେରାର ହୋଇଯାଇଥିଲେ। ପୋଲିସ ପହଞ୍ଚତ୍ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ରିଙ୍କୁଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲା। ପରେ ଏନେଇ ରିଙ୍କୁଙ୍କ ପିତା କୃଷ୍ଣଚନ୍ଦ୍ର ସ୍ବାଇଁ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୨୫୯/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ରବିବାର ଉଭୟ ଅଭିଯୁକ୍ତଙ୍କୁ ଗିରଫ କରି ପଚରା ଉଚରାପରେ କୋର୍ଟ ଚାଲାଣ କରାଯାଇଛି। ଜାମିନ ଆବେଦନ ଖାରଜ ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?