Posted inଜାତୀୟ

ପଇଡ଼ ଭିତରେ ମଦ

ପାଟନା,୫।୨: ବିହାରରେ ମଦ ବିକ୍ରି ଓ ପିଇବା ଉପରେ ସମ୍ପୂର୍ଣ୍ଣ କଟକଣା କରାଯାଇଛି। କିନ୍ତୁ ପ୍ରତିଦିନ ଏଠାରେ ଲୁଚାଛପାରେ ମଦ କାରବାର ହେଉଥିବା ଘଟଣା ସାମ୍ନାକୁ ଆସିଛି। ମଦ ବିକ୍ରିକୁ ନେଇ ବିହାର ନଓ୍ବାଡାରୁ ଆସିଥିବା ଏକ ଘଟଣା ଏବେ ସମସ୍ତଙ୍କୁ ଚକିତ କରିଦେଇଛି। ମଦ ଚୋରାଚାଲାଣ ପାଇଁ ଲୋକମାନେ ବିଭିନ୍ନ ଉପାୟ ଆପଣାଉଥିବା ବେଳେ ଏବେ ଏଥିପାଇଁ ପଇଡ଼ ଏକମାତ୍ର ସାହା ପାଲଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ନଓ୍ବାଡା ଜିଲାର ନଗର ଥାନା ଅଞ୍ଚଳର ପ୍ରଜାତନ୍ତ୍ର ଛକ ନିକଟରେ ମଦ ବେପାର ହେଉଥିବା ନେଇ ସ୍ଥାନୀୟ ପୋଲିସକୁ ଖବର ମିଳିଥିଲା। ଖବରପାଇ ପୋଲିସ ସେଠାରେ ପହଞ୍ଚି ଅତର୍କିତ ଚଢ଼ାଉ କରିଥିଲା। ସେଠାରେ ପୋଲିସ ମଦ ବିକ୍ରି ହେଉଥିବା ସ୍ଥାନକୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲା। ପୋଲିସ ଆଖିରେ ଧୂଳି ଦେବାକୁ ଯାଇ ଜଣେ ନାବାଳକ ଉକ୍ତ ମଦ ସବୁ ପଇଡ଼ ଭିତରେ ଭର୍ତ୍ତି କରି ବିକ୍ରି କରୁଥିବା ଜଣାପଡ଼ିଛି। ଏହି ଘଟଣାରେ ପୋଲିସ ଉକ୍ତ ନାବାଳକୁ ଗିରଫ କରିବା ସହ ସେଠାରୁ ବିପୁଳ ମାତ୍ରାରେ ମଦ ଜବତ କରିଛି। ଆଉ ଏଥିରେ ଜଡିତ ଥିବା ଅନ୍ୟ ବ୍ୟକ୍ତିଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିବା ସହ ନାବାଳକଙ୍କୁ ପଚରାଉଚୁରା ଜାରି ରଖିଛି। ବୁଧବାର ଏନେଇ ନଗର ଥାନା ପ୍ରଭାରୀ ସଞ୍ଜୀବ କୁମାର ସୂଚନା ଦେଇଛିନ୍ତି। ସୂଚନାଯୋଗ୍ୟ, ବିହାରରେ କୌଣସି ପ୍ରକାରର ମଦ ବିକ୍ରି ଓ ପିଇବା ଉପରେ ପ୍ରତିବନ୍ଧକ ଲଗାଯାଇଛି। ହେଲେ କେତେକ ସ୍ଥାନରେ ଏହାର ଚୋରାଚାଲାଣ ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri