ପକ୍କାଘର ଦେବାକୁ କହି ନେଇଗଲେ ସୁନାଚେନ୍‌, ଟଙ୍କା

ନୟାଗଡ଼ ଅଫିସ,୨୬ା୬- ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ଅଜବ ଢଙ୍ଗର ଠକେଇ ଘଟଣା ଦେଖିବାକୁ ମିଳିଥିଲା। ଜଣେ ଯୁବକ ପକ୍କା ଘର କରାଇଦେବାକୁ କହି ମହିଳାଙ୍କଠାରୁ ସୁନାଚେନ୍‌ ଓ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ପରେ ମହିଳା ଜଣକ ନିରୂପାୟ ହୋଇ ଜିଲାପାଳ ଓ ପୋଲିସରେ ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ରଣପୁର ବ୍ଲକ ବାରଙ୍ଗଗାଡ଼ିଆ ଗ୍ରାମର ମମତା ଛୁଆଳସିଂଙ୍କ ସ୍ବାମୀ ସୁରଟରେ ରହି କାର୍ଯ୍ୟ କରୁଥିବାବେଳେ ସେ ପିଲାମାନଙ୍କୁ ଧରି ଗ୍ରାମରେ ରୁହନ୍ତି। ମଙ୍ଗଳବାର ସକାଳ ୮ଟାରେ ଜଣେ ଯୁବକ ନିଜକୁ ଏକତାଳ ଗ୍ରାମର କହି ମମତାଙ୍କ ପାଖରେ ପହଞ୍ଚତ୍ଥିଲେ। ତୁମର ବିଜୁ ପକ୍କା ଘର ଯୋଜନାରେ କୋଠାଘର ଆସିଛି, ଘର ପାଇଁ ତୁମକୁ ୨ ଲକ୍ଷ ୩୦ ହଜାର ଟଙ୍କା ମିଳିବ, ସେଥିପାଇଁ ଜିଲପାଳଙ୍କ କାର୍ଯ୍ୟାଳୟରେ କିଛି ଲାଞ୍ଚ ଦେବାକୁ ପଡ଼ିବ ବୋଲି ଯୁବକ କହିଥିଲେ। ମମତା କେତେ ଟଙ୍କା ପଚାରିବାରୁ ସେ ୨୦ରୁ ୩୦ ହଜାର ଟଙ୍କା ବୋଲି କହିଥିଲେ। ତାଙ୍କ ପାଖରେ ଏତେ ଟଙ୍କା ନାହିଁ ବୋଲି ମମତା କହିବାରୁ ଯୁବକ ଜଣକ ତୁମ ପାଖରେ ଯାହା ଟଙ୍କା ଅଛି ଆଣ ଆଉ କିଛି ସୁନା ଜିନିଷ ଧରି ଆସିଲେ ବିକ୍ରି କରି ଟଙ୍କା ଦେବା ବୋଲି କହିଥିଲେ। ପରେ ମମତା ଓ ତାଙ୍କ ଝିଅ ଚୁଲବୁଲି ଯୁବକଙ୍କ ବାଇକ୍‌ରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଜିଲାପାଳଙ୍କ ଅଫିସ ପରିସରରେ ପଡ଼ିଥିବା ବେଞ୍ଚରେ ବସି ଯୁବକ ଜଣକ ଚୁଲବୁଲିଙ୍କୁ ରାଶନ କାର୍ଡ଼ ଓ ଭୋଟର କାର୍ଡ଼ର ଜେରକ୍ସ କରି ଆଣିବା ପାଇଁ କହିଥିଲେ। ଚୁଲବୁଲି ଏହାକୁ ଜେରକ୍ସ କରିବା ପାଇଁ ବଜାରକୁ ଯାଇଥିଲେ। ଏହି ସମୟରେ ଯୁବକ ଜଣକ ଭିତରେ ଟଙ୍କା ଓ ସୁନାଚେନ୍‌ ଦେବାକୁ କହି ମମତାଙ୍କଠାରୁ ୩୨୦୦ ଟଙ୍କା ଓ ପାଖାପାଖି ୧.୫ ଭରିର ସୁନାଚେନ୍‌ ନେଇ ଯାଇଥିଲେ। ପରେ ସେ ବାହାରକୁ ଆସି ବାଇକ୍‌ରେ ଯାଉଥିବା ସମୟରେ ଚୁଲବୁଲି କୁଆଡ଼େ ଯାଉଛ ବୋଲି ପଚାରିଥିଲେ। ଯୁବକ ଜଣକ ଷ୍ଟାମ୍ପପେପର ପାଇଁ ପାଖ ଦୋକାନକୁ ଯାଉଥିବା କହିଥିଲେ। ଚୁଲବୁଲି ଆସି ମା’ଙ୍କୁ ପଚାରିବାରୁ ସେ ଯୁବକଙ୍କୁ ଟଙ୍କା ଓ ସୁନାଚେନ୍‌ ଦେଇଥିବା କହିଥିଲେ। ପରେ ଦୀର୍ଘ ସମୟ ଅପେକ୍ଷା କରିଥିଲେ ମଧ୍ୟ ଯୁବକଙ୍କ ଦେଖା ମିଳି ନ ଥିଲା। ଟଙ୍କା, ସୁନା ହରାଇଥିବା ମହିଳାଙ୍କଠାରେ କାନ୍ଦିବା ଛଡା ଅନ୍ୟ ଉପାୟ ନ ଥିଲା। ଏହାଦେଖି ଜଣେ ବ୍ୟକ୍ତି ତାଙ୍କୁ ଆଶ୍ୱାସନା ଦେଇଥିଲେ। ପରେ ଏ ନେଇ ମମତା ଲିଖିତ ଭାବେ ଜିଲାପାଳ ଓ ଟାଉନ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଥିବା ଥାନା ଅଧିକାରୀ ଜୟଦୀପ ପଟ୍ଟନାୟକ ପ୍ରକାଶ କରିଛନ୍ତି। ସେହିଭଳି ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରି ଯୁବକଙ୍କୁ ଗିରଫ କରାଯିବ ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଅକାଳରେ ଚାଲିଗଲା ୨ ଯୁବକଙ୍କ ଜୀବନ

ନୟାଗଡ, ୬।୩(ଲୋକନାଥ ମିଶ୍ର): ଖଣ୍ଡପଡ଼ା ଥାନା ଅଧୀନ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ…

ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ, ବ୍ଲକ୍‌ ଅଫିସ୍‌ରେ ଶାସକ-ବିରୋଧୀ ଗୋଷ୍ଠୀ ମୁହାଁମୁହିଁ

ନୟାଗଡ଼,୨।୩(ଲୋକନାଥ ମିଶ୍ର): ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ । ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ…

ଜଣଙ୍କୁ ସାଇକେଲରୁ ଟାଣି ନେଇ ଦଳିଦେଲା ହାତୀ, ଆଉ ଜଣଙ୍କୁ ବାଡ଼ିପଟୁ ଭିଡ଼ିନେଇ…

ନୟାଗଡ଼/ରଣପୁର,୨୫ା୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ଖୋର୍ଦ୍ଧା ବନଖଣ୍ଡର ପୃଥକ୍‌ ପୃଥକ୍‌ ସ୍ଥାନରେ ଦୁଇଟି ଭିନ୍ନଭିନ୍ନ ହାତୀ ଆକ୍ରମଣରେ ବୁଧବାର ସକାଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ…

ଭେଷଜ ମେଡ଼ିକାଲ କଲେଜ ପ୍ରତିଷ୍ଠା ଦାବି, ୧୨ ଘଣ୍ଟିଆ ନୟାଗଡ଼ ବନ୍ଦ

ନୟାଗଡ଼, ୨୪।୨(ଲୋକନାଥ ମିଶ୍ର): ଭେଷଜ ମେଡିକାଲ କଲେଜ ପାଇଁ ନୟାଗଡ଼ ଜିଲା ସଦର ମହକୁମା ମଙ୍ଗଳବାର ସକାଳ ୬ରୁ ବନ୍ଦ ହୋଇଛି । ନୟାଗଡ଼ ସହରର ବ୍ୟବସାୟୀମାନେ…

ସ୍କୁଲ ଛାତ୍ର ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ଜିଲାପାଳଙ୍କ ଅଫିସ ଘେରାଉ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଳପଡା ପାଟଣା ପ୍ରାଥମିକ ସ୍କୁଲ ପଞ୍ଚମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ସୋମବାର ଜିଲାପାଳଙ୍କ ଅଫିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri