ପକ୍କାଘର ଯୋଗାଇଦେବାକୁ ନିର୍ମାଣ ସଂଘ ଏବଂ ଅନ୍ୟାନ୍ୟ ସଂଘର ଦାବି

ଦାରିଙ୍ଗବାଡ଼ି,୨୩।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବ୍ରାହ୍ମଣୀଗାଁ ସମେତ ଝିଞ୍ଜିରିଗୁଡ଼ା, ହାତିମୁଣ୍ଡା, କୁମ୍ଭାରିଗାଁ ଏବଂ ତାଜୁଙ୍ଗିଆ ପଞ୍ଚାୟତର କୋଠାବାଡ଼ି ନିର୍ମାଣ ଏବଂ ଅନ୍ୟାନ୍ୟ ସଂଘ ପକ୍ଷରୁ ସୋମବାର ଆବାସ ଯୋଜନାରେ ପକ୍କାଘର ଯୋଗାଇଦେବାକୁ ସ୍ଥାନୀୟ ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇଙ୍କ ନିକଟରେ ଦାବି କରାଯିବା ସହ ଦାବିପତ୍ର ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ଗତ ୫ବର୍ଷ ହେଲା କୋଠାବାଡ଼ି ଏବଂ ଅନ୍ୟାନ୍ୟ ଶ୍ରମିକ ସଂଘ ଭାବେ ସେମାନଙ୍କ ପଞ୍ଜୀକରଣ ହୋଇଛି। ସରକାର ଏବେ କୋଠାବାଡ଼ି ମିସ୍ତ୍ରିମାନଙ୍କୁ କଚ୍ଚାଘର ବଦଳରେ ପକ୍କାଘର ନିର୍ମାଣ ପାଇଁ ଅଢ଼େଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ ଦେଉଛନ୍ତି । ମାତ୍ର ସେମାନଙ୍କୁ ପ୍ରଶାସନିକ ଅବହେଳା କାରଣରୁ ଏଯାବତ ପକ୍କାଘର ଯୋଜନାରେ ଘର ନିର୍ମାଣ ପାଇଁ କୌଣସି ଅନୁଦାନ ମିଳିନାହିଁ । ଏ ନେଇ ସେମାନେ ଫୁଲବାଣୀ ଶ୍ରମ ଅଧିକାରୀଙ୍କ କର୍ଯ୍ୟାଳୟରେ ପଞ୍ଜୀକରଣ କରିବା ସହ ତାଲିକା ପ୍ରସ୍ତୁତ ସମ୍ପର୍କରେ ପଚାରି ବୁଝିଥିଲେ। ବିଡିଓଙ୍କଠାରୁ ତାଲିକା ଆସିବା ପରେ ଏହି ଆବାସ ଯୋଜନାରେ ଗୃହ ନିର୍ମାଣ ପାଇଁ ଅନୁଦାନ ଦିଆଯିବ ବୋଲି ସେଠାରେ ସେମାନଙ୍କୁ କୁହାଯାଇଥିଲ। ତେବେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟରୁ ଚୂଡ଼ାନ୍ତ ତାଲିକା ଯାଇ ନ ଥିବାରୁ ଉକ୍ତ ତାଲିକା ଶୀଘ୍ର ବିଡିଓ ଜିଲା ପ୍ରଶାସନ ନିକଟକୁ ପଠାଇବାକୁ ବ୍ରାହ୍ମଣୀଗାଁ ଅଞ୍ଚଳର ୫ଟି ପଞ୍ଚାୟତକୁ ନେଇ ଗଠନ କରାଯାଇଥିବା ଆମ୍ବେଦକର ମିସ୍ତ୍ରି ମହାରଣା ନିର୍ମାଣ ସଂଘ ପକ୍ଷରୁ ଦାବି ହୋଇଛି। ସଂଘର ସଭାପତି ସୁଶାନ୍ତ ନାୟକ, ସମ୍ପାଦକ ମାର୍କ ସିଂ, କୋଷାଧ୍ୟକ୍ଷ ସୁଶୀଳ ପାତ୍ରଙ୍କ ନେତୃତ୍ୱରେ ଶତାଧିକ ସଂଘର ସଦସ୍ୟ ବିଡିଓଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିବା ସହ ଶୀଘ୍ର ଦାବିପୂରଣ କରା ନ ଗଲେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri