‘ପଛୁଆବର୍ଗଙ୍କ ବିକାଶ ପାଇଁ ରାଜ୍ୟ ସରକାର ବଦ୍ଧ ପରିକର’

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାର ପଛୁଆବର୍ଗଙ୍କୁ ଚିହ୍ନଟ କରିବେ। ଏ ସଂକ୍ରାନ୍ତୀୟ ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ସଂଶୋଧନ) ବିଲ୍‌ ୨୦୨୦ ସୋମବାର ବିଧାନସଭାରେ ଅନୁମୋଦନ ଲାଭ କରିଛି। ସରକାରଙ୍କ ନିଷ୍ପତ୍ତିକ୍ରମେ ପଛୁଆବର୍ଗ ଲୋକଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ କମିଶନ ସର୍ଭେ କରିବେ। ପୂର୍ବାହ୍ନରେ ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିବାପରେ ଉକ୍ତ ବିଲ୍‌କୁ ଅପରାହ୍ନରେ ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗ ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ଗୃହରେ ଉପସ୍ଥାପନ କରିଥଲେ। ଏହି ବିଲ୍‌ ଉପରେ ମୁଖ୍ୟମନ୍ତ୍ରୀ ବିଧାନସଭାରେ ସଂକଳ୍ପ ପ୍ରସ୍ତାବ ଆଗତ କରିଥିଲେ। ସର୍ବ ସମ୍ମତିକ୍ରମେ ଏହି ସଙ୍କଳ୍ପକୁ ପାରିତ କରାଯାଇଥିଲା।
ସଂକଳ୍ପ ପ୍ରସ୍ତାବ ଆଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରାକ୍‌ ସ୍ବାଧୀନତା ବେଳୁ ଭାଷା ଭିତ୍ତିରେ ଗଠିତ ହୋଇଥିବା ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ। ସ୍ବାଧୀନତା ପରବର୍ତ୍ତୀ ସମୟରେ ଭାଷାଭିତ୍ତିକ ଆଧାର ରାଜ୍ୟ ଗଠନରେ ଦିଗ୍‌ଦର୍ଶନ ଯୋଗାଇଥିଲା। ଏହି ଆଧାରରେ ରାଜ୍ୟଗୁଡ଼ିକ ଗଠିତ ହେବାପରେ ସେମାନଙ୍କ ଆର୍ଥିକ ଓ ସାମାଜିକ ବିକାଶ ହୋଇଥିଲା। ଏହି ବିକାଶକୁ ଅଧିକ ଆଗକୁ ନେବା ପାଇଁ ଓଡ଼ିଶାରେ ରହିଥିବା ପଛୁଆବର୍ଗଙ୍କ ଗଣନା ନିତାନ୍ତ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ନିକଟରେ ପଛୁଆବର୍ଗଙ୍କ ସମ୍ବନ୍ଧରେ କୌଣସି ତଥ୍ୟ ନ ଥିବା ଦୁର୍ଭାଗ୍ୟଜନକ। ଶେଷଥର ଲାଗି ୧୯୩୧ରେ ଜାତିଭିତ୍ତିକ ଜନଗଣନା କରାଯାଇଥିଲା, ଯାହା ୯୦ବର୍ଷ ପୁରୁଣା। ଏହାକୁ ଆଧାର କରି ପଛୁଆବର୍ଗଙ୍କ ବିକାଶ ଲାଗି ନୂଆ ନୀତି ନିର୍ଦ୍ଧାରଣ କରିବା ସମ୍ଭବପର ନୁହେଁ। ତେଣୁ ରାଜ୍ୟ ସରକାର ପଛୁଆବର୍ଗଙ୍କ ସ୍ଥିତି ଓ ସାମାଜିକ ଅବସ୍ଥା ସମ୍ପର୍କିତ ସର୍ଭେ କରିବା ପାଇଁ ବଦ୍ଧପରିକର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ଜାତିଭିତ୍ତିକ ଜନଗଣନାର ୮୦ବର୍ଷ ପରେ ୨୦୧୧ରେ ଜନଗଣନା କରାଯାଇଥିଲା। ଏଥିରେ ପଛୁଆ ବର୍ଗଙ୍କ ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କରାଯାଇଥିଲେ ମଧ୍ୟ ତାହା ପ୍ରକାଶ କରାଯାଇ ନ ଥିଲା। ଯାହାଦ୍ୱାରା ଏହି ବର୍ଗର ବିକାଶ, ସଶକ୍ତୀକରଣ ପାଇଁ ବାଧା ସୃଷ୍ଟି ହୋଇଥିବା ମନେ କରାଯାଇଥିଲା। ରାଜନାଥ ସିଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଥିବା ବେଳେ ଗଣମାଧ୍ୟମରେ କୁହାଯାଇଥିଲା ଯେ, ୨୦୨୧ ଜନଗଣନା ଜାତିଭିତ୍ତିକ ହେବ। ହେଲେ ୨୦୨୧ରେ ହେବାକୁ ଥିବା ଜନଗଣନାରେ ସେପରି ବ୍ୟବସ୍ଥା ନ ଥିବା ମନେହେଉଛି। ତେଣୁ ପଛୁଆବର୍ଗଙ୍କ ବିକାଶ ଲାଗି ରାଜ୍ୟ ସରକାର ବଦ୍ଧପରିକର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୦୨୦ ଜାନୁୟାରୀ ୧୧ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ପକ୍ଷରୁ ୨୦୨୧ ଜନଗଣନାକୁ ଜାତିଭିତ୍ତିକ କରିବା ପାଇଁ ସଂକଳ୍ପ ପ୍ରସ୍ତାବ ଗୃହୀତ ହୋଇଥିଲା। ଏହାପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ବିଧିବଦ୍ଧ ଭାବେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ରଖାଯାଇଥିଲା। ଅନୁରୂପଭାବେ ଚଳିତ ବର୍ଷର ପାର୍ଲାମେଣ୍ଟ ଅଧିବେଶନ ସମୟରେ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାରେ ଜାତିଭିତ୍ତିକ ଜନଗଣନା ପାଇଁ ରାଜ୍ୟ ପକ୍ଷରୁ ଦୃଢ଼ଦାବି ଉପସ୍ଥାପନ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସତ୍ତ୍ୱେ ଜାତିଭିତ୍ତିକ ଜନଗଣନା ନେଇ କେନ୍ଦ୍ର ପକ୍ଷରୁ କୌଣସି ସ୍ପଷ୍ଟ କରାଯାଇ ନାହିଁ। ରାଜ୍ୟ ସରକାର ଗତ ୧୨ ଫେବୃୟାରୀରେ ପଛୁଆ ବର୍ଗଙ୍କ ପାଇଁ ଏକ କମିଶନ ଗଠନ କରିଛନ୍ତି। ଏହାସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରଘୁନାଥ ବିଶ୍ୱାଳଙ୍କୁ ଏହାର ଅଧ୍ୟକ୍ଷଭାବେ ନିଯୁକ୍ତି କରିଥିବା ମୁଖ୍ୟମନ୍ତ୍ରୀ ଗୃହରେ ସୂଚନା ଦେଇଛନ୍ତି। ରାଜ୍ୟ ପ୍ରଶାସନରେ ସୋମବାର ଏକ ଏତିହାସିକ ଦିନ ହୋଇରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସଂକଳ୍ପକୁ ଗୃହୀତ କରାଇବାରେ ସହଯୋଗ କରିଥିବା ପ୍ରତ୍ୟେକ ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri