Posted inରାଜ୍ୟ

ପଞ୍ଚପଲି ପୋଲରେ କ୍ରିକ୍‌ ନିର୍ମାଣରେ ବିଳମ୍ବ : ଚାଷୀ ନିରାଶ

ଏରସମା,୧୯ା୭(ସ୍ବ.ପ୍ର.): ଏରସମା ବ୍ଲକ ନାରଦିଆ ପଞ୍ଚାୟତସ୍ଥିତ ପଞ୍ଚପଲି ପୋଲରେ କ୍ରିକ ନିର୍ମାଣ ପାଇଁ ଦୀର୍ଘଦିନ ହେଲା ଦାବି ହୋଇଆସୁଛି। ଇତିମଧ୍ୟରେ ବିଭାଗୀୟ ଅଧିକାରୀ ଓ ଲୋକ ପ୍ରତିନିଧିମାନେ ଘଟଣାସ୍ଥଳକୁ ଆସି ଅନୁଧ୍ୟାନ କରିଥିଲେ ମଧ୍ୟ କ୍ରିକ୍‌ ନିର୍ମାଣ ହୋଇପାରୁନି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରକାଶ ଯେ, ତିର୍ତ୍ତୋଲ ବ୍ଲକ ତଣ୍ଡିକୁଳ ପଞ୍ଚାୟତରୁ ହଂସୁଆ ସଫେଇ ବାହାରି ଏରସମା ବ୍ଲକର ସୋମପୁର, ନାରଦିଆ, ଜିରାଇଲୋ, ଆମ୍ବିକି ଆଦି ପଞ୍ଚାୟତରେ ପ୍ରବାହିତ ହୋଇ ଜଟାଧାର ମୁହାଣ ଦେଇ ସମୁଦ୍ରରେ ମିଶିଛି। ଏରସମା ବ୍ଲକ ତଥା ସମଗ୍ର ଜଗତ୍‌ସିଂହପୁର ଜିଲାର ଉଦବୃତ ବର୍ଷାଜଳ ଏହି ସଫେଇ ଦେଇ ସମୁଦ୍ରକୁ ନିଷ୍କାସିତ ହୋଇଥାଏ। ମାତ୍ର ଏହି ଜଳକୁ କ୍ରିକ ମାଧ୍ୟମରେ ଅଟାକାଇ ରଖିପାରିଲେ ଚାଷୀମାନେ ଉଭୟ ଖରିଫ ଓ ରବି ଋତୁରେ ଫସଲ ଉପତ୍ାଦନ କରିପାରନ୍ତେ। ସେଥିପାଇଁ ୧୦୧୬ରୁ କ୍ରିକ ନିର୍ମାଣ ପାଇଁ ଦାବି ହୋଇଆସୁଥିଲେ ମଧ୍ୟ ତାହା କେବଳ କାଗଜପତ୍ରରେ ସୀମିତ ହୋଇ ରହିଛି। ୨୮ା୮ା୧୦୧୬ରେ ଜଳ ସମ୍ପଦ ବିଭାଗ ପକ୍ଷରୁ ମୁଖ୍ୟଯନ୍ତ୍ରୀ ଜାନକୀ ବହ୍ଲବ ମହାପାତ୍ର, ବାଲିକୁଦା-ଏରସମାର ପୂର୍ବତନ ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏହି ସ୍ଥାନ ପରିଦର୍ଶନ କରିଥିଲେ। ଜିଲା ପ୍ରଶାସନ ନିକଟରେ ଦାବି ହେବା ପରେ ପୁନର୍ବାର ୨୦୧୭ରେ ବିଭାଗୀୟ ଅଧିକାରୀ ପରିଦର୍ଶନରେ ଆସିବା ସହିତ କାଯର୍‌ୟ କରିବାକୁ ସମସ୍ତ ଯୋଜନା ପ୍ରସ୍ତୁତ ହୋଇଥିଲା। ମାତ୍ର ପରିତାପର ବିଷୟ ଏହା ମଧ୍ୟରେ ୪ ବର୍ଷ ବିତିଥିଲେ ମଧ୍ୟ ଯୋଜନା କେବଳ ଫାଇଲ ମଧ୍ୟରେ ସୀମିତ ହୋଇରହିଛି। ଏହି କ୍ରିକ କାଯର୍‌ୟକାରୀ ହେଲେ ନାରଦିଆ ସହିତ ଜାନକାଦେଈପୁର, ପୋଖରିଆପଡ଼ା, ଜିରାଇଲୋ, ଆମ୍ବିକି, ଗଡ଼ବିଶୁନିପୁର, ସୋମପୁର, ପଏଦା ପଞ୍ଚାୟତର ଚାଷୀମାନେ ଉପକୃତ ହୋଇ ପାରନ୍ତେ। ଏଥିପ୍ରତି ମନ୍ତ୍ରୀ ରଘୁନନ୍ଦନ ଦାସ ଦୃଷ୍ଟି ଦେବାକୁ ପଞ୍ଚପଲିର ପୂର୍ବତନ ସରପଞ୍ଚ ଶିଶିର କୁମାର ବିଶ୍ୱାଳ, ଅମୂଲ୍ୟ ମହାନ୍ତି, ସ୍ମୃତିରଞ୍ଜନ ମହାନ୍ତି ପ୍ରମୁଖ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri