ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ

ଧର୍ମଶାଳା,୧୬ା୧୦(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ତାଙ୍କୁ ହତ୍ୟା କରାଯାଇ ଘଟଣାକୁ ଆତ୍ମହତ୍ୟା ରୂପ ଦେବାକୁ ଚେଷ୍ଟା କରାଯାଉଛି ବୋଲି ଆଲୋଚନା ହେଉଛି। ଖବର ପାଇ ପୋଲିସ ଧର୍ମଶାଳା ଡାକ୍ତରଖାନାରେ ପହଞ୍ଚତ୍ ମୃତଦେହକୁ ଜବତ କରିବା ସହ ବଡ଼ଚଣା ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା(୧୬/୨୦୧୯) ରୁଜୁ କରାଯାଇଛି। ଅପରପକ୍ଷରେ ଝିଅ ଆତ୍ମହତ୍ୟା କରିଛି କି ତାଙ୍କୁ ହତ୍ୟା କରାଯାଇଛି ସେନେଇ ବିହିତ ତଦନ୍ତ ପାଇଁ ସ୍ମିତାରାଣୀଙ୍କ ବାପା ସଦାନନ୍ଦ ବିଶ୍ୱାଳ ଥାନାରେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ପିଇଓ ସ୍ମିତାରାଣୀ ମଙ୍ଗଳବାର ୧୫ତାରିଖ ଥିବାରୁ ଭତ୍ତା ବାଣ୍ଟିଥିଲେ। ବୁଧବାର ଅବଶିଷ୍ଟ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିବାକୁ ଚାରିବାଟିଆ ଓ ଶୁଭଦ୍ରାପୁର ଗ୍ରାମକୁ ଯାଇଥିଲେ। ତାଙ୍କ ହରିଦାସପୁର ପଞ୍ଚାୟତ ସରପଞ୍ଚ ମଧୁସ୍ମିତା ଭଦ୍ର ମଧ୍ୟ ଯାଇଥିଲେ। ସେଠାରୁ ପଞ୍ଚାୟତ କାର୍ଯ୍ୟାଳୟ ଫେରି ମଧ୍ୟାହ୍ନ ଭୋଜନ ନିମନ୍ତେ ନିକଟରେ ଥିବା ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟକୁ ଯାଇଥିଲେ। ତେବେ ଖାଇବା ପୂର୍ବରୁ ବାଥ୍‌ରୁମକୁ ଯାଉଛି କହି ସେ ଉପର ମହଲାର ଏକ କୋଠରିକୁ ଯାଇଥିଲେ। ସେଠାରୁ ଫେରିବାରେ ବିଳମ୍ବ ହେବାରୁ ତଳେ ଅପେକ୍ଷାରତ ସରପଞ୍ଚଙ୍କ ସ୍ବାମୀ ଓ ସହଯୋଗୀମାନେ ତାଙ୍କୁ ଡାକିବାକୁ ଯାଇଥିଲେ। ତେବେ ଭିତରପଟୁ କବାଟ ବନ୍ଦଥିବାରୁ ସେମାନେ ଡାକ ମାରିଥିଲେ ା ରୁମ୍‌ ଭିତରୁ କିଛି ଜବାବ ନ ଆସିବାରୁ ସେମାନେ କବାଟଭାଙ୍ଗି ଭିତରେ ପ୍ରବେଶ କରିବା ବେଳକୁ ସ୍ମୀତାରାଣୀ ବେକରେ ଓଢ଼ଣି ଲଗାଇ ଫ୍ୟାନରେ ଝୁଲୁଥିବା ଦେଖିବାକୁ ପାଇଥିଲେ ବୋଲି ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ର କହିଛନ୍ତି। ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରାଯାଇ ଧର୍ମଶାଳା ଡାକ୍ତରଖାନାକୁ ଅଣାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଜଣେ ମହିଳା ପିଇଓ ଅଫିସ କାର୍ଯ୍ୟରେ ଥିବାବେଳେ ଖାଇବାକୁ ଯାଇ କୋଠରି ମଧ୍ୟରେ ଆତ୍ମହତ୍ୟା କରିବା ଘଟଣାକୁ ସ୍ଥାନୀୟ ଅଞ୍ଚଳବାସୀ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ ସୂଚନା ଦେଇଛି। ମୃତା ସ୍ମୀତାରାଣୀଙ୍କ ବାପାଘର ଚୋରମୁହାଁ ଗ୍ରାମ ହୋଇଥିବାବେଳେ ସେ ଜେନାପୁର ଥାନା ଭୁବନପୁର ଗ୍ରାମର ସୁଶୀଲ କୁମାର ବିଶ୍ୱାଳଙ୍କୁ ୮ ବର୍ଷ ତଳେ ବିବାହ କରିଥିଲେ। ତାଙ୍କର ସାତ ବର୍ଷର ଏକ ଝିଅ ରହିଛି। ସ୍ବାମୀ ସୁଶୀଲ ତାଳଚେରସ୍ଥିତ ଏନ୍‌ଟିପିସିରେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?