ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ, ବିକ୍ଷୋଭ: ପିଏମ୍‌ଏୱାଇ ତାଲିକାରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୧୯।୨(ଡି.ଏନ.ଏ.) – କିଶୋରନଗର ବ୍ଲକର ୨୩ଟି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମଏଓ୍ବାଇ)ରେ ଗୃହ ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ତାଲିକା ପ୍ରକାଶ ପାଇଛି। ହେଲେ ଅଧିକାଂଶ ପଞ୍ଚାୟତରେ କୋଠାଘର ଥିଲା ବାଲାଙ୍କୁ ଗୃହ ଯୋଗାଇ ଦେବା ପାଇଁ ତାଲିକା ପ୍ରକାଶ ପାଇଥିବାରୁ ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର ବ୍ଲକର ଝରାବେରେଣୀ ପଞ୍ଚାୟତରେ ମରାଯାଇଥିବା ତାଲିକାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଶତାଧିକ ମହିଳାପୁରୁଷ ହିତାଧିକାରୀ ସେମାନଙ୍କୁ ଗୃହ ପାଇବା ତାଲିକାରୁ ବାଦ ଦିଆଯାଇଥିବା ଅଭିଯୋଗ କରି ପଞ୍ଚାୟତ ଅଫିସକୁ ଘେରାଉ କରିଥିଲେ। ଫଳରେ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ଖବରପାଇ କିଶୋରନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଅଞ୍ଚଳବାସୀଙ୍କୁ ବୁଝାଶୁଝା କରିଥିଲେ।
ଅଞ୍ଚଳବାସୀଙ୍କ ଅଭିଯୋଗ ମୁତାବକ, ଏହି ପଞ୍ଚାୟତର ଖଉଦର, ବର୍ବତିପାଲି, ରସୁଣପାଳ, କରଡିଙ୍ଗବାହାଳ, ବାଙ୍କେଶ୍ୱର ଆଦି ୧୦ଟି ଗ୍ରାମକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦେବା ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ତାଲିକା ପ୍ରସ୍ତୁତ କରାଯାଇଛି। ଏ ନେଇ ପଞ୍ଚାୟତ ଓ ୧୦ଟି ଗ୍ରାମରେ ବିଭିନ୍ନ ଲୋକଙ୍କ ଘର କାନ୍ଥରେ ତାଲିକା ମରାଯାଇଛି। ହେଲେ ଏହି ତାଲିକାରେ ଯୋଗ୍ୟ ହିତାଧିକାରୀଙ୍କ ନାମ ପ୍ରକାଶ ନ ଥିବାବେଳେ ଅନେକ କୋଠା ଥିଲା ବାଲା ଓ ପ୍ରଭାବଶାଳୀ ବ୍ୟକ୍ତିଙ୍କ ନାମ ପ୍ରକାଶ ପାଇଛି। ଘର ଖଣ୍ଡିଏ ନ ଥିବା ପରିବାରକୁ ପକ୍କା ଘର ଯୋଗାଇ ଦେବା ପାଇଁ ବହୁବାର ପଞ୍ଚାୟତ କାର୍ଯ୍ୟାଳୟଠାରେ ଆବେଦନ କରାଯାଇଥିଲେ ମଧ୍ୟ ସେମାନଙ୍କ ନାମ ତାଲିକାରେ ପ୍ରକାଶ ପାଇ ନ ଥିବା ଅଭିଯୋଗ ହୋଇଛି। ପଞ୍ଚାୟତର କେତେଜଣ କର୍ମଚାରୀ ଟଙ୍କା ନେଇ ଏପରି କରୁଥିବା ହିତାଧିକାରୀମାନେ ପ୍ରକାଶ କରିଛନ୍ତି। ତୁରନ୍ତ ଏହାର ଯାଞ୍ଚ କରି ପଞ୍ଚାୟତ ବିଭାଗର ଉଚ୍ଚ ପଦାଧିକାରୀ ଓ ଅନୁଗୋଳ ଜିଲାପାଳ ତଦନ୍ତ କରି ପ୍ରକୃତ ହିତାଧିକାରୀଙ୍କୁ ଘର ଯୋଗାଇ ଦେବା ପାଇଁ ସତ୍ୟନାରାୟଣ ପ୍ରଧାନ, ବାବୁଲା ନାୟକ, ଚିତ୍ତରଞ୍ଜନ ନାୟକ, ବୈଦନାଥ ବେହେରା, ଭାଗ୍ୟ ସେଠୀ, ସୁଶାନ୍ତ ମୁଣ୍ଡା, ପ୍ରଫୁଲ୍ଲ ମୁଣ୍ଡା, ପିଣ୍ଟୁ ସାହୁ, ଦେବରାଜ ଦେହୁରି, ନିରାକାର ପ୍ରଧାନ, ସୁଶିଳା ପ୍ରଧାନ, ଉସା ମାହାର, ଗୌରୀ ମୁଣ୍ଡା, ରଶ୍ମିତା ଦେହୁରି ପ୍ରମୁଖ ଦାବି କରିଛନ୍ତି।
ଏ ନେଇ କିଶୋରନଗର ବିଡିଓ ଅମୃତା ପ୍ରିୟମ୍ବଦା କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଚୟନ ହୋଇଥିବା ହିତାଧିକାରୀଙ୍କ ନାମ ବିଭିନ୍ନ ପଞ୍ଚାୟତରେ ତାଲିକା ମରାଯାଇଛି। ଯେଉଁମାନେ ଗୃହ ପାଇବାରେ ଅଯୋଗ୍ୟ ଥିବେ ଅଭିଯୋଗ ଆସିବା ପରେ ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ। ଆଉ ଯୋଗ୍ୟଙ୍କ ଅଭିଯୋଗର ତୁରନ୍ତ ବିଚାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?