ପଞ୍ଚାୟତ କାର୍ଯ୍ୟାଳୟରେ ତାଲା: ଫେରିଗଲେ ତଦନ୍ତକାରୀ ଅଧିକାରୀ

ଖଇରା, ୨୩।୧୧(ଡି.ଏନ.ଏ.)-ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏହାର ତଦନ୍ତ ପାଇଁ ଆସିଥିବା ତଦନ୍ତକାରୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ। ହେଲେ କାର୍ଯ୍ୟାଳୟରେ ତାଲା ପଡିଥିବାରୁ ଅଧିକାରୀମାନେ ନିରାଶ ହୋଇ ଫେରିଥିଲେ।
ଅନିୟମିତତା ନେଇ ଗତ ଅକ୍ଟୋବର ୧୨ ତାରିଖରେ ବାଲେଶ୍ୱର ଉପଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପଞ୍ଚାୟତିରାଜ ବିଭାଗର ଏସ୍‌ଡିପିଓ ନାରାୟଣ ଚନ୍ଦ୍ର ବେହେରା ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତକୁ ତଦନ୍ତ ନିମନ୍ତେ ପହଞ୍ଚିଥିଲେ। ହେଲେ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପଡିଥିବା ଦେଖି ଏ ବିଷୟରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଯୋଗାଯୋଗ କରି ବିଫଳ ହେଇଥିଲେ। କୈାଣସି ପ୍ରକାର କାଗଜ ପତ୍ର ନ ପାଇ ବାଧ୍ୟ ହୋଇ ଫେରି ଯାଇଥିଲେ।
ପ୍ରକାଶଥାଉ କି, ଦୀର୍ଘ ୭ରୁ ୮ ମାସ ଧରି ପଞ୍ଚାୟତର ମାସିକ ବୈଠକ ନ ହେବା, ଆୟବ୍ୟୟର ହିସାବ ଦିଆ ନ ଯିବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ କରାଯାଇ ଅସମ୍ପୂର୍ଣ୍ଣ ଘରର ବିଲ୍‌ କରାଯିବା,ସରକାରୀ ଜମିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ନିର୍ମାଣ କରାଯିବା, ଆମ ଗାଁ ଆମ ବିକାଶ ଯୋଜନାରେ ବଉଳାଣି ଗ୍ରାମର ବ୍ୟକ୍ତିଗତ ଜାଗା ଉପରେ ଏକ କୋଠଘର ନିର୍ମାଣ କରାଯିବା, ଗୋଟିଏ ଜମି ଉପରେ ଗୋଟିଏ ପରିବାରରେ ୩ଜଣଙ୍କ ନାମରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ବଣ୍ଟନ କରାଯିବା, ବିଜୁ ଯୁବ ବାହିନୀ ମାଧ୍ୟମରେ ବୃକ୍ଷରୋପଣ ନିମନ୍ତେ ଆସିଥିବା ସରକାରୀ ଅନୁଦାନ ୧ ଲକ୍ଷ ୬୦ ହଜାର ଟଙ୍କା ହଡପ କରାଯିବା ନେଇ ଅଭିଯୋଗ ହୋଇଥିଲା। ପଞ୍ଚାୟତର ସମିତି ସଭ୍ୟ ରାଜେନ୍ଦ୍ର ଜେନାଙ୍କ ସହିତ ସୁକାନ୍ତି ଜେନା, ସଞ୍ଜିତା ସେଠୀ, ଅର୍ଜୁନ ଦାସ, ସୁଦାମ ଘୋଷ ଓ ମଦନ ମୋହନ ବେହେରାଙ୍କ ସମେତ ଗ୍ରାମବାସୀ ଉପଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ତଦନ୍ତ ପାଇ ଆସିଥିବା ଏସ୍‌ଡିପିଓ ନାରାୟଣ ଚନ୍ଦ୍ର ବେହେରାଙ୍କୁ ପଚାରିବାରେ ପୂର୍ବରୁ ପତ୍ର ମାଧ୍ୟମରେ ଗସ୍ତ ସମ୍ପର୍କରେ ଅବଗତି କରାଯାଇ ପଞ୍ଚାୟତ କାର୍ଯ୍ୟାଳୟରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ପଞ୍ଚାୟତ କାର୍ଯ୍ୟାଳୟ ବନ୍ଦ ରହିବା ଯୋଗୁ ସେ କ୍ଷୋଭ ପ୍ରକାଶ କରିବା ସହିତ ଏ ବିଷୟରେ ଉପଜିଲାପାଳଙ୍କୁ ଅବଗତ କରାଇବେ ବୋଲି ପ୍ରକାଶ କରିଥିଲେ। ଉପଜିଲାପାଳ ନିଲୁ ମହାପାତ୍ରଙ୍କ ମତାମତ ନେବାରୁ ପଞ୍ଚାୟତିରାଜ ବିଭାଗର ଏସ୍‌ଡିପିଓଙ୍କ ରିର୍ପୋିକ୍ରମେ ସେ କାର୍ଯାନୁଷ୍ଠାନ ଗ୍ରହଣ କରିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri