ପଞ୍ଚାୟତ ହାତରେ ଭିତ୍ତିଭୂମି ଦାୟିତ୍ୱ

ଭୁବନେଶ୍ୱର,୩ା୩(ବ୍ୟୁରୋ): ଗ୍ରାମାଞ୍ଚଳରେ ଥିବା ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର କୋଠା ରକ୍ଷଣାବେକ୍ଷଣ ଦାୟିତ୍ୱ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା କରାଯିବ। ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକର ଦାୟିତ୍ୱ ପଞ୍ଚାୟତ ନେଇଥିବା ବେଳେ, ହାଇସ୍କୁଲ ଦାୟିତ୍ୱ ପଞ୍ଚାୟତ ସମିତି(ବ୍ଲକ) ହାତରେ ରହିବ। ଅନୁରୂପଭାବେ ଗ୍ରାମାଞ୍ଚଳର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବ୍ୟବହୃତ କୋଠାଗୁଡ଼ିକ ରକ୍ଷଣାବେକ୍ଷଣ ଦାୟିତ୍ୱ ମଧ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଅଧୀନକୁ ଆସିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏପରି କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବିଧାନସଭାର ବଜେଟ ଅଧିବେଶନ ଜାରି ରହିଥିବାରୁ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଗଣମାଧ୍ୟମକୁ ଏ ନେଇ କୌଣସି ଆନୁଷ୍ଠାନିକ ସୂଚନା ପ୍ରଦାନ କରାଯାଇନାହିଁ।
ଅଧିକାରୀସ୍ତରୀୟ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଜନସ୍ବାସ୍ଥ୍ୟ କେନ୍ଦ୍ର(ପିଏଚ୍‌ସି), ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚ୍‌ସି), ଉପଖଣ୍ଡରେ ଥିବା ସ୍ବାସ୍ଥ୍ୟକେନ୍ଦ୍ର କୋଠାବାଡ଼ି ଇତ୍ୟାଦିର ରକ୍ଷଣାବେକ୍ଷଣ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଅଧୀନକୁ ଆସିଛି। ପିଏଚ୍‌ସି, ସିଏଚ୍‌ସି ଏବଂ ଏହା ଅଧୀନସ୍ଥ ଛୋଟ ଉପକେନ୍ଦ୍ରଗୁଡ଼ିକ ରକ୍ଷଣାବେକ୍ଷଣ ଗ୍ରାମ ପଞ୍ଚାୟତ ହାତରେ ନ୍ୟସ୍ତ ହୋଇଛି। ଅନୁରୂପଭାବେ ଉପଖଣ୍ଡୀୟ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକର ଦାୟିତ୍ୱ ବ୍ଲକକୁ ପ୍ରଦାନ କରାଯାଇଛି। ଏନେଇ ଯୋଜନା ଓ ସଂଯୋଜନା ବିଭାଗରେ ଆବଶ୍ୟକ ଥିବା ଆଇନଗତ କ୍ଷମତା ହସ୍ତାନ୍ତର ପ୍ରକ୍ରିୟାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହିପରି ଭାବେ ମୋଟ ୮ଟି ପ୍ରସ୍ତାବକୁ ଗୃହୀତ କରାଯାଇଛି। ନିର୍ଦ୍ଦିଷ୍ଟଭାବେ ଦେଖିଲେ ଏହି କ୍ୟାବିନେଟ୍‌ ବୈଠକରେ ଜଳସମ୍ପଦ ବିଭାଗର ୫ଟି, ଯୋଜନା ଓ ସଂଯୋଜନା ବିଭାଗର ୨ଟି ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଗୋଟିଏ ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ଜଳସମ୍ପଦ ବିଭାଗୀୟ ମଞ୍ଜୁରୀପ୍ରାପ୍ତ ପ୍ରସ୍ତାବଗୁଡ଼ିକ ହେଉଛି କେନାଲ ଲାଇନିଂ ଆଣ୍ଡ ସିଷ୍ଟମ ରିହାବିଲିଟେଶନ ପ୍ରୋଗ୍ରାମ (ସିଏଲ୍‌ଏସ୍‌ଆରପି), ଡ୍ରେନେଜ ଉନ୍ନତୀକରଣ କାର୍ଯ୍ୟକ୍ରମ (ଡିଆଇପି), ଜଳ କ୍ଷେତ୍ରୀୟ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏସ୍‌ଆଇଡିପି), ଇନ୍‌ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକ୍ଚର ଏବଂ ଅଚଳ ଉଠାଜଳସେଚନ ପଏଣ୍ଟ (ଏଲ୍‌ଆଇପି)ଗୁଡ଼ିକର ପୁନରୁଦ୍ଧାର। ସେହିପରି ୬ କ୍ରମାଙ୍କରେ ଥିବା କାର୍ଯ୍ୟସୂଚୀରେ ବିଭିନ୍ନ ବିଭାଗର ଦାୟିତ୍ୱ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗକୁ ହସ୍ତାନ୍ତର ହୋଇଥିଲା। ଏହାଦ୍ୱାରା ତୃଣମୂଳରେ ଥିବା ସ୍ଥାନୀୟ ସ୍ବାୟତ୍ତ ସଂସ୍ଥାକୁ ପୂର୍ବାପେକ୍ଷା ଅଧିକ କ୍ଷମତା ପ୍ରଦାନ କରାଯାଇଛି। ଅନୁରୂପଭାବେ ରାଜ୍ୟରେ ଜାତୀୟ/ଆନ୍ତର୍ଜାତିକ ମାନର ବିଦ୍ୟାଳୟ ଏବଂ ସ୍ବାସ୍ଥ୍ୟାନୁଷ୍ଠାନ ପ୍ରତିଷ୍ଠା ପାଇଁ ଅଣାଯାଇଥିବା ନୀତିଗତ ନିଷ୍ପତ୍ତି ଉପରେ କ୍ୟାବିନେଟ୍‌ ମୋହର ବାଜିଛି। ରାଜ୍ୟ ହଜ୍‌ କମିଟିର ଷ୍ଟାମ୍ପ ଡ୍ୟୁଟିକୁ ଛାଡ଼ କରିବା ପାଇଁ କ୍ୟାବିନେଟ ଅନୁମତି ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri