ପଞ୍ଚାୟତରେ ସରିନି ଆଇସୋଲେଶନ ସେଣ୍ଟର

ଅନୁଗୋଳ ଅଫିସ, ୨୯।୩ – କରୋନା ସଂକ୍ରମଣ ଏବେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ସହ ଏହାର ମୁକାବିଲାକୁ ଅଧିକ ଶାଣିତ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନୁଗୋଳ ଜିଲା ପ୍ରଶାସନ ମଧ୍ୟ ଏ ନେଇ ଘନ ଘନ ବୈଠକ କରୁଛି। ଜିଲାରେ ୨୩୫ଟି ଆଇସୋଲେଶନ୍‌ ସେଣ୍ଟର ଓ ୨୨୫ଟି ପଞ୍ଚାୟତରେ ଅସ୍ଥାୟୀ ମେଡିକାଲ କ୍ୟାମ୍ପ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। କିନ୍ତୁ ଏଯାଏ ସମସ୍ତ ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ସାଧାରଣରେ ଚିନ୍ତା ବଢ଼ିଯାଇଛି। ତେବେ ଉକ୍ତ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ସାମାଜିକ ପୃଥକୀକରଣ ନୋଡାଲ ଅଧିକାରୀ ତଥା ପିଡି ଅତୁଲ୍ୟ କୁମାର ଚମ୍ପତ୍ତିରାୟ ସୂଚନା ଦେଇଛନ୍ତି।
ଜିଲା ପ୍ରଶାସନ ସୂଚନା ମୁତାବକ ଅନୁଗୋଳ ଜିଲାକୁ ରାଜ୍ୟ ଓ ବିଦେଶରୁ ୧୯୩୯ ଜଣ ଲୋକ ଆସିଛନ୍ତି। ବାହାରୁ ଆସୁଥିବା ସମ୍ପୃକ୍ତ ଲୋକମାନଙ୍କୁ ୧୪ ଦିନ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି। କିନ୍ତୁ ସମସ୍ତଙ୍କ ଘରେ ଏପରି ସୁବିଧା ନ ଥିବାରୁ ସମସ୍ୟାର ସମାଧାନ ପାଇଁ ପ୍ରତି ପଞ୍ଚାୟତ ହାଇସ୍କୁଲରେ ଆଇସୋଲେଶନ୍‌ ସେଣ୍ଟର ଖୋଲିବାକୁ ଜିଲାପାଳ ଗତ ୧୬ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। ସେଠାରେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ବିଡିଓମାନଙ୍କୁ କୁହାଯିବା ସହ ନୋଡାଲ ଅଧିକାରୀଙ୍କୁ ଅନୁଧ୍ୟାନ କରିବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ୧୨ ଦିନ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ୮୦ ପ୍ରତିଶତରୁ ଅଧିକ ପଞ୍ଚାୟତରେ ଆଇସୋଲେଶନ୍‌ ହୋମ୍‌ ଖୋଲାଯାଇପାରି ନାହିଁ। ଏ ନେଇ ନୋଡାଲ ଅଧିକାରୀ ଚମ୍ପତ୍ତିରାୟ କହିଛନ୍ତି, ଯେଉଁ ପଞ୍ଚାୟତରେ ଲୋକମାନେ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହୁଛନ୍ତି ସେଠାରେ ଏହି ଆଇସୋଲେଶନ ସେଣ୍ଟରର ଆବଶ୍ୟକତା ନାହିଁ। ଏହାଛଡ଼ା କୌଣସି ଲକ୍ଷଣ ଦେଖାଦେଲେ ଲୋକମାନଙ୍କୁ ପଞ୍ଚାୟତରେ ଖୋଲାହେବାକୁ ଥିବା ଅସ୍ଥାୟୀ ମେଡିକାଲ କ୍ୟାମ୍ପକୁ ନେବାର ବ୍ୟବସ୍ଥା କରାଯାଇଛି। ଅନୁଗୋଳ ସହରରେ ଅସ୍ଥାୟୀ ମେଡିକାଲ କ୍ୟାମ୍ପ ଖୋଲାଯାଇଥିବା ବେଳେ ବଅଁରପାଳ ଓ ଅନ୍ୟ ପଞ୍ଚାୟତରେ ଥିବା କଲେଜଗୁଡ଼ିକୁ ମଧ୍ୟ ଏଥିପାଇଁ ପ୍ରସ୍ତୁତ କରି ରଖାଯାଉଛି ବୋଲି ପିଡି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?