ପଞ୍ଚାୟତରେ ହେବ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ପଞ୍ଚାୟତସ୍ତରରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ଚେଷ୍ଟା କରାଯାଉଛି। ପଞ୍ଚାୟତୱାରୀ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା ଉପରେ ଧ୍ୟାନ ଦିଆଯାଇଛି। ଇତି ମଧ୍ୟରେ ରାଜ୍ୟର ୬୭୯୮ ପଞ୍ଚାୟତରେ ୨,୨୨,୯୬୩ ଶଯ୍ୟା ପ୍ରସ୍ତୁତ କରାଯାଇଛି। ରାଜ୍ୟ ବାହାରେ ଶ୍ରମିକ, କର୍ମଚାରୀ, ଛାତ୍ରୀଛାତ୍ର ମଧ୍ୟ ରହିଛନ୍ତି। ସେମାନେ ସବୁ ଏକ ସଙ୍ଗରେ ଆସିବେ, ଏହା ଦ୍ୱାରା ଗ୍ରାମାଞ୍ଚଳରେ ଭିଡ ମଧ୍ୟ ହେବ। ଏହି ସମୟରେ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦେବା ପାଇଁ ପଞ୍ଚାୟତିରାଜ ବିଭାଗ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।
ଏଣିକି ପଞ୍ଚାୟତସ୍ତରରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରି(ଟିଏମ୍‌ସି) କରାଯିବ। ପଞ୍ଚାୟତରେ ବାହାରୁ ଫେରୁଥିବା ଲୋକମାନଙ୍କ ସଂଖ୍ୟା ଦେଖି ଏହାର ଆକାର ସ୍ଥିର କରାଯିବ। ଗ୍ରାମାଞ୍ଚଳରେ ଥିବା ହାଇସ୍କୁଲ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ବାତ୍ୟା ଆଶ୍ରୟସ୍ଥଳୀ, କଲ୍ୟାଣମଣ୍ଡପରେ ଏହା କରାଯିବ। ଏହା ଗାଁରେ ବାହାରେ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଖର୍ଚ୍ଚ ଚତୁର୍ଦ୍ଦଶ କେନ୍ଦ୍ରୀୟ ଅର୍ଥ କମିଶନ, ଚତୁର୍ଥ ରାଜ୍ୟ ଅର୍ଥ କମିଶନ ରୁ ପ୍ରଦାନ କରାଯିବ। ସିଭିଲ ସମ୍ବନ୍ଧୀୟ ନିର୍ମାଣକୁ ବାଦ୍‌ ଦେଲା ପରେ ଅତିରିକ୍ତ ଖର୍ଚ୍ଚ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ପ୍ରଦାନ କରାଯିବ। ଏହି ପାଣ୍ଠି ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଦ୍ୱାରା ଜିଲାୱାରୀ ଅନୁମୋଦନ କରାଯିବ। ସେହିପରି ରାଜ୍ୟରେ ମେ’୩ ପରେ ଲକ୍‌ଡାଉନ ବୃଦ୍ଧି ହେବ ନା ନାହିଁ , ସେ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଚଳିତ ମାସ ୨୭ରେ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri