ପଞ୍ଚାୟତିରାଜ ବ୍ୟବସ୍ଥା ସଶକ୍ତ କରିବାକୁ ଦାବି

ଢେଙ୍କାନାଳ ଅଫିସ, ୭ା୩ – ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ଦାବିରେ ଢେଙ୍କାନାଳ ଜିଲା କଂଗ୍ରେସ କମିଟି ଏବଂ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ଶୁକ୍ରବାର ଅତିରିକ୍ତ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।
ପଞ୍ଚାୟତିରାଜ ବ୍ୟବସ୍ଥା ଗଣତନ୍ତ୍ରର ମୌଳିକ ଉପାଦାନ। କ୍ଷମତା ବିକେନ୍ଦ୍ରୀକରଣର ଏହା ହେଉଛି ସର୍ବୋତ୍ତମ ମାଧ୍ୟମ ା ତୃଣମୂଳସ୍ତରର ବିକାଶର ଏହା ହେଉଛି ଚାବିକାଠି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଦେଶର ବିକାଶ ଲାଗି ଏହାକୁ ପ୍ରାଥମିକତା ଦେଇଥିଲେ। ତାଙ୍କର ଉଦ୍ୟମରେ ୭୩ ଏବଂ ୭୪ତମ ସମ୍ବିଧାନ ସଂଶୋଧନରେ ଏହା ଆଇନରେ ପରିଣତ ହୋଇଥିଲା। ହେଲେ ଓଡ଼ିଶା ସରକାର ଏହି ଆଇନକୁ ମାନୁନାହାନ୍ତି। ଶାସନତନ୍ତ୍ର ଅଫିସରଙ୍କ କବଳରେ ରହିଛି। ଉନ୍ନୟନମୂଳକ କାର୍ଯ୍ୟ ଲାଗି ଜନମତ ସଂଗ୍ରହ ଅପରିହାର୍ଯ୍ୟ। ଏଥିଲାଗି ଗ୍ରାମସଭା, ପଲ୍ଲିସଭା ସର୍ବୋତ୍ତମ ମାଧ୍ୟମ। ହେଲେ ରାଜ୍ୟ ସରକାର ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା ଦଳୀୟ କର୍ମକର୍ତ୍ତା ଅଭିଯୋଗ କରିଛନ୍ତି।
ପଞ୍ଚାୟତିରାଜ ବିଭାଗ ପ୍ରମୁଖ ଶାସନ ସଚିବ ଜିଲାପାଳଙ୍କୁ ଲେଖିଥିବା ଚିଠିକୁ ତୁରନ୍ତ ପ୍ରତ୍ୟାହାର କରିବା, ପଞ୍ଚାୟତ ପ୍ରକଳ୍ପ ଖର୍ଚ୍ଚ ପାଇଁ ବିଡିଓଙ୍କ ଅନୁମୋଦନକୁ ବାଧ୍ୟତାମୂଳକ ନ କରିବା, ପଞ୍ଚାୟତକୁ ପ୍ରଦାନ କରାଯାଇଥିବା ସ୍ବତନ୍ତ୍ର ଅଧିକାରକୁ ସୁରକ୍ଷା ଦେବା, ଗ୍ରାମସଭା ଓ ପଲ୍ଲିସଭାର ବିନା ଅନୁମୋଦନରେ କୌଣସି କାର୍ଯ୍ୟ ନ କରିବା, ଆବାସ ଯୋଜନାରେ ସମ୍ପୃକ୍ତ ଓ୍ବାର୍ଡର ଓ୍ବାର୍ଡସଭ୍ୟଙ୍କ ଅନୁମୋଦନକୁ ବାଧ୍ୟତାମୂଳକ କରିବା, ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାର ନିର୍ବାଚିତ ପ୍ରତିନିଧିଙ୍କ ଭତ୍ତା ବୃଦ୍ଧି କରିବା ଆଦି ଦାବିରେ ଉକ୍ତ ସ୍ମାରକପତ୍ର ପ୍ରଦାନ କରାଯାଇଛି। ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ଜିଲା କଂଗ୍ରେସ ସଭାପତି ସୁରେଶ ଚନ୍ଦ୍ର ପାଣିଗ୍ରାହୀ, ସୁବାସିନୀ ମହାକୁଡ, ଡା. ତୁଷାରକାନ୍ତି ନାୟକ, ନିଶାକର ସାହୁ, ପ୍ରେମଶଙ୍କର ମିଶ୍ର, ସୁନୀଲ ଦାଶ, ରୁଦ୍ରପ୍ରକାଶ ଶରଣ, ପ୍ରକାଶ କୁଅଁର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri