Posted inଖେଳ

ପଞ୍ଜାବରେ ଯୁବିଙ୍କ ମୂର୍ତ୍ତି ଉନ୍ମୋଚିତ

  • ଚଣ୍ଡିଗଡ଼,୪ା୧- ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ଆଇସିସି ବିଶ୍ବକପ୍‌ରେ ଚାମ୍ପିୟନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଯୁବରାଜ ସିଂ (ଯୁବି)ଙ୍କ ଏକ ମୂର୍ତ୍ତି ସ୍ଥାପନ କରାଯାଇଛି। ଫିରୋଜପୁର ଜିଲା କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡ ବାହାରେ ଥିବା ଏହି ମୂର୍ତ୍ତିକୁ ସ୍ଥାନୀୟ ରାଜନେତା ନୂଆବର୍ଷ ଦିନ ଉନ୍ମୋଚନ କରିଛନ୍ତି। ନିକଟ ଅତୀତରେ ବିରାଟ କୋହଲି, ଗୌତମ ଗମ୍ଭୀର ଓ ମହେନ୍ଦ୍ର ସିଂ ଧୋନୀଙ୍କ ଭଳି ଖେଳାଳିଙ୍କ ନାମରେ ଷ୍ଟାଡିୟମର ଷ୍ଟାଣ୍ଡ ନାମିତ ହେବାର ଦୃଷ୍ଟାନ୍ତ ରହିଛି। ହେଲେ ଖୁବ କମ୍‌ କ୍ରିକେଟରଙ୍କ ମୂର୍ତ୍ତି ସ୍ଥାପନ ହୋଇଛି। ୨୦୧୩ରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ବିହାରରେ ନିଜ ମୂର୍ତ୍ତି ଉନ୍ମୋଚନ କରିଥିଲେ। ତାଙ୍କ ପରେ ଯୁବିଙ୍କ ପ୍ରଥମ କ୍ରିକେଟର ଭାବେ ମୂର୍ତ୍ତି ସ୍ଥାପନ ହୋଇଛି। ଉଲ୍ଲେଖଯୋଗ୍ୟ, ୨୦୧୯ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିବା ପୂର୍ବତନ ଅଲରାଉଣ୍ଡର ୩୦୪ ଦିନିକିଆ ଖେଳି ୩୬.୫୫ ହାରରେ ୧୪ ଶତକ ସହ ୮,୭୦୧ ରନ୍‌ କରିଥିଲେ। ତା’ ସହ ୧୨୦ ଉଇକେଟ ମଧ୍ୟ ନେଇଛନ୍ତି। ୪୦ ଟେଷ୍ଟ ଖେଳି ୧,୯୦୦ ରନ୍‌ କରିଛନ୍ତି। ୫୮ ଟି୨୦ ମ୍ୟାଚ୍‌ ଖେଳିଥିବା ଯୁବିଙ୍କ ନାମରେ ୧,୧୭୭ ରନ୍‌ ରହିଛି। ଅର୍ଜୁନ ପୁରସ୍କାରପ୍ରାପ୍ତ ଯୁବି କର୍କଟ ରୋଗରୁ ମୁକ୍ତ ହୋଇ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିଲେ। ଆଉ ଆଇପିଏଲ୍‌ରେ ୧୪  କୋଟି ଟଙ୍କାରେ ବିକ୍ରି ହୋଇଥିଲା, ଏହା ଏପର୍ଯ୍ୟନ୍ତ ଭାରତୀୟ ଖେଳାଳିଙ୍କ ମଧ୍ୟରେ ରେକର୍ଡ ହୋଇରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri