ପଞ୍ଜୀକରଣ ଅପେକ୍ଷାରେ ୩୨୮ ଚାଷୀ

ଜୟପୁର,୪।୧(ଡି.ଏନ୍‌.ଏ.) ଧାର୍ଯ୍ୟ ତାରିଖ ଭିତରେ କୋରାପୁଟ ଜିଲାର ଅଧିକାଂଶ ଚାଷୀ ନାମ ପଞ୍ଜିକରଣ କରିପାରି ନାହାନ୍ତି। ଜିଲାପାଳ, ଯୋଗାଣ ଅଧିକାରୀଙ୍କ ଦୃଷ୍ଟିକୁ ଏହା ଅଣାଯିବା ପରେ ରାଜ୍ୟ ସରକାରଙ୍କୁ ଅବଗତ କରିଥିଲା ଜିଲା ପ୍ରଶାସନ। ଖାଦ୍ୟ ଯୋଗାଣ ବିଭାଗର ନିର୍ଦ୍ଦେଶକ୍ରମେ ନିର୍ଦ୍ଧାରିତ ସମୟ ଭିତରେ ପଞ୍ଜିକରଣ କରିପାରି ନ ଥିବା ଚାଷୀ ପୁନର୍ବାର ଏଥିପାଇଁ ଆବେଦନ କରିଥିଲେ। ଜିଲାର ୨୦ଟି ଲ୍ୟାମ୍ପ ମଧ୍ୟରୁ ୮ଟି ଲ୍ୟାମ୍ପର ୩୨୮ ଜଣ ଚାଷୀ ଏହି ଆବେଦନ କରିଛନ୍ତି ା କିନ୍ତୁ ରାଜ୍ୟ ସରକାର ଚୂଡ଼ାନ୍ତ ନିଷ୍ପତ୍ତି ନେଇ ନ ଥିବା ଯୋଗୁ ପଞ୍ଜିକରଣ ଅପେକ୍ଷାରେ ରହିଛନ୍ତି ଚାଷୀ। ତୁରନ୍ତ ନିଷ୍ପତ୍ତି ନ ହେଲେ ପଞ୍ଜିକରଣ ଅପେକ୍ଷାରେ ଥିବା ଚାଷୀ ସେମାନଙ୍କ ଅମଳ ଧାନ କେଉଁଠାରେ ବିକିବେ, ସେନେଇ ଚିନ୍ତାରେ ରହିଛନ୍ତି ା
ଜୟପୁର ବ୍ଲକ କୁମୁଲିପୁଟ ଲ୍ୟାମ୍ପ ଅଧୀନରେ ୮୫ ଜଣ, ଉମୁରୀ ଲ୍ୟାମ୍ପର ୩୯, କୋଟପାଡ଼ ବ୍ଲକ ସଦର ଲ୍ୟାମ୍ପର ୮୧, ବୋରିଗୁମ୍ମା ବ୍ଲକ ସଦର ଲ୍ୟାମ୍ପର ଜଣେ ଏବଂ କାମତା ଲ୍ୟାମ୍ପର ୧୨, ବୈପାରୀଗୁଡ଼ା ବ୍ଲକ ସଦରର ୭, ଲକ୍ଷ୍ମୀପୁର ବ୍ଲକ କାକିରିଗୁମ୍ମା ଲ୍ୟାମ୍ପର ୪ ଓ ସର୍ବାଧିକ କୁନ୍ଦୁରା ବ୍ଲକ ସଦର ଲ୍ୟାମ୍ପର ୧୫୩ ଜଣ ଚାଷୀ ପଞ୍ଜିକରଣ ପାଇଁ ଆବେଦନ କରିଛନ୍ତି। କୁନ୍ଦୁରା ବ୍ଲକର ଚାଷୀମାନେ ଅନ୍ତିମ ତାରିଖ ପୂର୍ବରୁ ଲ୍ୟାମ୍ପରେ କାଗଜପତ୍ର ଦାଖଲ କରି ପଞ୍ଜିକରଣ ପାଇଁ ଆବେଦନ କରିଥିଲେ। କିନ୍ତୁ ଲ୍ୟାମ୍ପ କର୍ମଚାରୀଙ୍କ ଅବହେଳା ଯୋଗୁ ତାହା ହୋଇପାରି ନ ଥିବା ସେମାନେ ଜିଲା ପ୍ରଶାସନ ପାଖରେ ଅଭିଯୋଗ କରିଛନ୍ତି। ଏନେଇ ଯାଞ୍ଚ କରାଯିବ ବୋଲି ପ୍ରଶାସନ କହିଛି। ଉଲ୍ଲେଖଯୋଗ୍ୟ, ୨୦୧୯-୨୦ରେ ଚାଷୀଙ୍କ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟ ସରକାର ଅଗଷ୍ଟ ୧ରୁ ସେପ୍ଟେମ୍ବର ୩୦ ସୁଦ୍ଧା ପଞ୍ଜିକରଣ ପାଇଁ ତାରିଖ ଧାର୍ଯ୍ୟ କରିଥିଲେ। ଏହି ଦୁଇମାସ ଭିତରେ ଅଧିକାଂଶ ଚାଷୀ ପଞ୍ଜିକରଣ କରି ନ ଥିବା ଯୋଗୁ ଏହି ଅବଧି ଅକ୍ଟୋବର ୩୧କୁ ବୃଦ୍ଧି କରାଯାଇଥିଲା। ଅନ୍ତିମ ତାରିଖ ସୁଦ୍ଧା ୨୬ ହଜାର ୮୩୦ ଜଣ ଚାଷୀ ପଞ୍ଜିକୃତ ହୋଇଥିଲେ। ସେଥିରୁ ଜାଲ୍‌ ପଞ୍ଜିକରଣ କରିଥିବା ୫୭ ଜଣ ଯାଞ୍ଚ ପରେ ବାଦ୍‌ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri