ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣା: ଜେଲ୍‌ ଗଲେ ୬ ଅଭିଯୁକ୍ତ

ସାକ୍ଷୀଗୋପାଳ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଏସ୍‌ଡିଜେଏମ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ପୁରୀ ଜେଲକୁ ପଠାଇ ଦିଆଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ୭ଜଣଙ୍କୁ ଧରିବାକୁ ସ୍ବତନ୍ତ୍ର ସ୍କ୍ବାଡ୍‌ ଚଢ଼ାଉ ଜାରି ରଖିଥିବା ସତ୍ୟବାଦୀ ଥାନା ଆଇଆଇସି ତପନ କୁମାର ରାଉତ କହିଛନ୍ତି। ସୂଚନାଥାଉ କି, ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକରେ ଗତ ରବିବାର ଅପରାହ୍ନ ପ୍ରାୟ ୪ଟା ରେ ଘଟିଥିଲା ଟ୍ରିପଲ ମର୍ଡର। ନିକଟସ୍ଥ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ ବେହେରା, କୃଷ୍ଣ ବେହେରା ଓ ଦାଦା ପୁଅ ଭାଇ ପଞ୍ଚୁଆ ବେହେରାଙ୍କୁ ଦୁର୍ବୃତ୍ତମାନେ ଗୋଡାଇ ଗୋଡାଇ ହତ୍ୟା କରିଥିଲେ। ଏହି ଘଟଣାରେ ପୋଲିସ ସୁବଳ ବେହେରା, ଭିକାରୀ ବେହେରା, ହରିହର ବେହେରା, ମନୁଆ ବେହେରା, ସହଦେବ ବେହେରା ଓ ଶଙ୍କର ବେହେରାଙ୍କୁ ଗିରଫ କରିଥିଲା। ଜମିବାଡି ଓ ବ୍ୟବସାୟକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ଏସ୍‌ପି ଡା. ଉମାଶଙ୍କର ଦାଶ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri