ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୧୧।୧୨ (ସ୍ବ.ପ୍ର.):ଶିକ୍ଷାର ବିକାଶ ପାଇଁ ବିଭିନ୍ନ ବ୍ଲକ ଓ ଜିଲାରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଉଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତା ପାର୍ଶ୍ୱ ବନ୍ତୋପାଟଣାଠାରେ ୮ ଏକର ପରିମିତ ଜମିରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯିବ। ଏ ନେଇ ମଙ୍ଗଳବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଉକ୍ତ ସ୍କୁଲ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୩୬୭ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରାଯାଇଥିବା ମନ୍ତ୍ରୀ ସିଂ କହିଥିଲେ। ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେଲେ ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକ ଅଞ୍ଚଳର ପିଲାମାନେ ଗୁଣାତ୍ମକ ଶିକ୍ଷା ଲାଭ କରିପାରିବେ ବୋଲି ମୁଖ୍ୟବକ୍ତା ସାହୁ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ଜ୍ୟୋତିର୍ମୟୀ ବେହେରା, ଭ୍ରମରବର ବିଶ୍ୱାଳ, ସହକାରୀ ଶିକ୍ଷାଧିକାରୀ ପ୍ରଦୀପ ସାମନ୍ତରାୟ, ଗୋବିନ୍ଦ ଚନ୍ଦ୍ର ପରିଡା, ଚନ୍ଦ୍ରଭାନୁ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri