ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୧୧।୧୨ (ସ୍ବ.ପ୍ର.):ଶିକ୍ଷାର ବିକାଶ ପାଇଁ ବିଭିନ୍ନ ବ୍ଲକ ଓ ଜିଲାରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଉଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତା ପାର୍ଶ୍ୱ ବନ୍ତୋପାଟଣାଠାରେ ୮ ଏକର ପରିମିତ ଜମିରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯିବ। ଏ ନେଇ ମଙ୍ଗଳବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଉକ୍ତ ସ୍କୁଲ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୩୬୭ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରାଯାଇଥିବା ମନ୍ତ୍ରୀ ସିଂ କହିଥିଲେ। ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେଲେ ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକ ଅଞ୍ଚଳର ପିଲାମାନେ ଗୁଣାତ୍ମକ ଶିକ୍ଷା ଲାଭ କରିପାରିବେ ବୋଲି ମୁଖ୍ୟବକ୍ତା ସାହୁ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ଜ୍ୟୋତିର୍ମୟୀ ବେହେରା, ଭ୍ରମରବର ବିଶ୍ୱାଳ, ସହକାରୀ ଶିକ୍ଷାଧିକାରୀ ପ୍ରଦୀପ ସାମନ୍ତରାୟ, ଗୋବିନ୍ଦ ଚନ୍ଦ୍ର ପରିଡା, ଚନ୍ଦ୍ରଭାନୁ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଆଗକୁ ଆସି ଜୀବନ ହାରିଦେଲେ ଆଇଟିଆଇ ଛାତ୍ରୀ, ଟ୍ରାକ୍‌ରେ ପଡ଼ିଛି…

ବ୍ରହ୍ମପୁର,୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସରକାରୀ ରେଳବାଇ ଥାନା(ଜିଆରପି) ଅନ୍ତର୍ଗତ ଆମ୍ବପୁଆ ରେଳଫାଟକ ନିକଟରେ ଗୁରୁବାର ଜଣେ ଆଇଟିଆଇ ଛାତ୍ରୀ ଟ୍ରେନ୍‌ ଆଗକୁ ଆସି…

ଛଟେଇ ବିରୋଧରେ ଗର୍ଜିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ, କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇ କହିଲା…

ବନ୍ତ,୭ା୫(କିଶୋର କୁମାର ସେଠୀ): କର୍ମଚାରୀଙ୍କୁ ଛଟେଇ କରିବା ନିଷ୍ପତ୍ତିକୁ ନେଇ ଶ୍ରମିକ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର କର୍ମଚାରୀମାନେ ପ୍ରଥମେ ବନ୍ତ ସେକ୍ସନ କାର୍ଯ୍ୟାଳୟରେ…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

ଦାରିଙ୍ଗବାଡିରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଭାଇକୁ ହତ୍ୟା କଲେ ଭାଇ

ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ):ଜମି ବିବାଦ ନେଲା ଜୀବନ ମାତ୍ର କିଛି ଗୁଣ୍ଠ ଚାଷ ଜମି ପାଇଁ ବଡ଼ ଭାଇ ଜଣଙ୍କ ସାନ ଭାଇକୁ ଜୀବନରେ ମାରିଦେବାକୁ…

ଆଜିଠୁ ଗଞ୍ଜାମରେ ୭ମ ରାଜ୍ୟସ୍ତରୀୟ ଓ୍ବାକୋ ଓଡ଼ିଶା କିକ୍‌ ବକ୍ସିଂ ଚାମ୍ପିୟନଶିପ୍‌

ଗଞ୍ଜାମ,୭ା୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର୍‌ ଷ୍ଟାଡିୟମରେ ଆସନ୍ତା ମେ’ ୭ରୁ ୭ମ ଓ୍ବାକୋ ଓଡ଼ିଶା ଷ୍ଟେଟ୍‌ କିକ୍‌ ବକ୍ସିଂ ଚାମ୍ପିୟନଶିପ୍‌…

ଗାଁରେ ପଶି ମହିଳାଙ୍କ ଉପରେ ଆକ୍ରମଣ କଲା ଭାଲୁ, ଆଖି ତାଡି….

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି । ଉଦଳା ବନାଞ୍ଚଳ କୁଶଳଦା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ଭାଲୁଟି…

ଦିଦି ହଟିଲେ, ଏବେ ‘ଧାମ’ ହଟିବାକୁ ନେଇ ଚର୍ଚ୍ଚା

ପୁରୀ, ୭ା୫(ମନୋଜ କୁମାର ଦଳାଇ):ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ସରକାରର ପତନ ଘଟିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ରାଜନୀତି କରିବା ତାଙ୍କୁ ମହଙ୍ଗା ପଡ଼ିଛି ବୋଲି ଚର୍ଚ୍ଚା ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri