Posted inଖେଳ

ପଠାନ ବ୍ରଦର୍ସଙ୍କ ବଦାନ୍ୟତା

ଭଦୋଦାରା, ୨୪।୩(ପି.ଟି.)- ଭାରତର ଦୁଇ ପୂର୍ବତନ କ୍ରିକେଟ ତଥା ଦୁଇ ଭାଇ ଇର୍ଫାନ ଓ ୟୁସୁଫ୍‌ ପଠାନଙ୍କ ବଦାନ୍ୟତାକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି। ସାରା ଦେଶ ତଥା ବିଶ୍ୱରେ କରୋନା ଭାଇରସ ଆତଙ୍କ ଖେଳାଇଥିବା ବେଳେ ଏହି ଦୁଇ କ୍ରିକେଟର ଭାଇ ମାନବିକତାକୁ ଦୃଷ୍ଟିରେ ରଖି ୪,୦୦୦ ମାସ୍କ ପ୍ରଦାନ କରିଛନ୍ତି। ଏହି ବିପତ୍ତି ସମୟରେ ଯାହାର ସମ୍ଭବ ଆମେ କରିବାକୁ ପ୍ରୟସା କରୁଛି ଓ ସମସ୍ତେ ମଧ୍ୟ ଏପରି କରିବା ଉଚିତ ବୋଲି ପୂର୍ବତନ ଦ୍ରୁତ ବୋଲର ଇର୍ଫାନ ପଠାନ ଟୁଇଟ୍‌ କରି ଉଲ୍ଲେକ କରିଛନ୍ତି। ସମାଜ ପ୍ରତି ଆମର ଏହା କର୍ତ୍ତବ୍ୟ। କିନ୍ତୁ ସେ ଲୋକଙ୍କୁ ଏକାଠି ହେବାକୁ ମନା କରିଦେଇଛନ୍ତି।
ମହମ୍ମଦ ଖାନ୍‌ ଚାରିଟେବୁଲ ଟ୍ରଷ୍ଟ ନାମରେ ଆମେ ଏହି ମାସ୍କ ସବୁ ଆଣିଥିଲୁ। ଏହି ଟ୍ରଷ୍ଟ ତାଙ୍କ ବାପାଙ୍କ ଦ୍ୱାରା ପରିଚାଳିତ। ଏହି ମାସ୍କ ସବୁ ଭଦୋଦରା ସ୍ବାସ୍ଥ୍ୟ ବିଭାଗକୁ ପ୍ରଦାନ କରାଯିବ। ଆବଶ୍ୟକ ପଡିଲେ ସ୍ବାସ୍ଥ୍ୟ ବିଭାଗ ଏହି ମାସ୍କଗୁଡିକୁ ବଣ୍ଟନ କରିବ। ଭାରତ ଏପର୍ଯ୍ୟନ୍ତ କୋଭିଡ- ୧୯ ମାମଲା ୪୩୦କୁ ବୃଦ୍ଧି ପାଇଛି। ସାରା ବିଶ୍ୱରେ ୧୫,୦୦୦ ଲୋକ ଏଥିରେ ପ୍ରାଣ ହରାଇଲେଣି ଓ ୩୫୦,୦୦୦ ଜଣ ଏହି ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri