Posted inଖେଳ

ପଡ଼ିଆରେ ବେହୋସ୍‌ ହେଲେ ଫ୍ରିଡ଼ା ମାନମ୍‌

ଓଲଭରହାମ୍ପଟନ୍‌,୨ା୪(ପି.ଟି.): ଇଂଲିଶ ଲିଗ୍‌ କପ୍‌ ଫାଇନାଲ ମ୍ୟାଚ୍‌ରେ ଆର୍ସେନଲ ମହିଳା ଦଳର ମିଡ୍‌ ଫିଲ୍ଡର ଫ୍ରିଡା ମାନମ୍‌ ବେହୋସ ହୋଇଯାଇଥିଲେ। ମୋଲିନକ୍ସ ଷ୍ଟାଡିୟମରେ ଖେଳା ଯାଇଥିବା ଫାଇନାଲ ମ୍ୟାଚ୍‌କୁ ଆର୍ସେନଲ ୧-୦ରେ ବିଜୟୀ ହୋଇଥିବା ବେଳେ ଫ୍ରିଡା ମ୍ୟାଚ୍‌ ସମୟରେ ପଡିଆରେ ବେହୋସ୍‌ ହୋଇ ଯାଇଥିଲେ। ନିର୍ଦ୍ଧାରିତ ସମୟରେ ମ୍ୟାଚ୍‌ ଗୋଲଶୂନ୍ୟ ରହିଥିଲା। ୫ ମିନିଟର ଇଞ୍ଜୁରୀ ଟାଇମ୍‌ ପରେ ମଧ୍ୟ ମ୍ୟାଚ୍‌ ଗୋଲଶୂନ୍ୟ ରହିଥିଲା। ତେବେ ହଠାତ୍‌ ଫ୍ରିଡା ବେହୋସ ହେବା ପରେ ତାଙ୍କୁ ପଡିଆ ମଧ୍ୟରେ ପ୍ରାଥମିକ ଚିକିତ୍ସା ପ୍ରଦାନ କରାଯାଇଥିଲା। ନରଓ୍ବେ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳୁଥିବା ଫ୍ରିଡା ଚେତା ହରାଇ ପଡି ଯାଇଥିବା ବେଳେ ଆର୍ସେନଲର କେଟି ମ୍ୟାକବେ ଓ ଚେଲ୍‌ସିର ନିଆମ୍‌ ଚାଲର୍‌ସ ତାଙ୍କ ନିକଟରେ ପହଞ୍ଚିଥିଲେ। ଅତିରିକ୍ତ ସମୟରେ ମାନମଙ୍କ ସ୍ଥାନରେ ଆଲେସିଆ ରୁସୋ ବଦଳ ଖେଳାଳି ଭାବରେ ଆସିଥିଲେ। ୭ ମିନିଟ ଧରି ମ୍ୟାଚ୍‌ ବନ୍ଦ ରହିବା ପରେ ପୁନର୍ବାର ଆରମ୍ଭ କରାଯାଇଥିଲା। ୧୧୬ତମ ମିନିଟରେ ଷ୍ଟିନା ବ୍ଲାକଷ୍ଟେନିୟସଙ୍କ ଏକମାତ୍ର ଗୋଲ ବଳରେ ଏହି ମ୍ୟାଚକୁ ଜିତି ନେଇଥିଲା ଆର୍ସେନଲ। ବର୍ତ୍ତମାନ ଫ୍ରିଡା ସୁସ୍ଥ ରହିଥିବା ଆର୍ସେନଲ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri