Posted inଖେଳ

‘ପୁଷ୍ପା’ ଗୀତରେ ନାଚିଲେ କୋହଲି, ଦେଖନ୍ତୁ ଭିଡିଓ

ଅହମଦାବାଦ୍‌,୧୦।୨: ଘରୋଇ ମାଟିରେ ଆଉ ଏକ ସିରିଜ କବଜା କରିଛି ଭାରତୀୟ ଦଳ। ଅହମଦାବାଦ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆରେ ଭାରତ ୪୪ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏଥିସହ ଭାରତ ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୨-୦ରେ ଆଗୁଆ ହାତେଇ ନେଇଛି। ସିରିଜର ତୃତୀୟ ମ୍ୟାଚ ଶୁକ୍ରବାର ଖେଳାଯିବ। ଉକ୍ତ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୩୭ ରନ କରିଥିଲା। ଜବାବରେ ୱେଷ୍ଟଇଣ୍ଡିଜ ୪୬ ଓଭରରେ ୧୯୩ ରନ କରି ଅଲଆଉଟ ହୋଇଯାଇଛି।
ୱେଷ୍ଟଇଣ୍ଡିଜ ଦଳ ଗୋଟିଏ ସମୟରେ ୭୬ ରନ ପାଇଁ ଶ୍ରେଷ୍ଠ ପାଞ୍ଚଟି ଉଇକେଟ ହରାଇଥିଲା ଏବଂ ଭାରତୀୟ ଦଳ ଏକ ବଡ଼ ବିଜୟର ନିକଟତର ହୋଇଥିଲା। କିନ୍ତୁ ଏହା ପରେ ଓଡିନ ସ୍ମିଥ, ଶାମର ବ୍ରୁକ୍ସ ଏବଂ ଆକିଲ ହୋସେନ ଭାଗିଦାରୀ କରି ଦଳକୁ ଟାର୍ଗେଟର ନିକଟତର କରିଥିଲେ, କିନ୍ତୁ ଏହା ପରେ ବିରାଟଙ୍କ ଏକ କଷ୍ଟଦାୟକ ମ୍ୟାଚ ଭାରତ ସପକ୍ଷରେ ଯାଇଥିଲା।
କିରନ ପୋଲାର୍ଡଙ୍କ ସ୍ଥାନରେ ମ୍ୟାଚ୍‌ରେ ସାମିଲ ହୋଇଥିବା ଓଡିନ ସ୍ମିଥ ଦ୍ରୁତ ଗତିରେ ସ୍କୋର କରିଥିଲେ। ସେ ଦୁଇଟି ଛକା ଏବଂ ଚୌକା ସାହାଯ୍ୟରେ ୨୦ଟି ବଲରେ ୨୪ ରନ୍‌ କରିଥିଲେ। ଏହି ସମୟରେ ସେ ୪୫ ତମ ଓଭରର ଶେଷ ବଲରେ ୱାଶିଂଟନ ସୁନ୍ଦରଙ୍କ ବଲ୍‌ରେ ଏକ ବଡ ସଟ୍‌ ଖେଳିବାକୁ ଉଦ୍ୟମ କରିଥିଲେ। ମିଡ ଉଇକେଟ ଫଇଲ୍ଡିଂ କରୁଥିବା ବିରାଟ କୋହଲି କୌଣସି ଭୁଲ ନ କରି ଏକ କଷ୍ଟଦାୟକ କ୍ୟାଚ ନେଇଥିଲେ। କ୍ୟାଚ୍‌ ଧରିବା ପରେ ବିରାଟ ବହୁତ ଖୁସି ଦେଖାଯାଉଥିଲେ। ସେ ପଡିଆରେ ସୁପରହିଟ୍‌ ‘ପୁଷ୍ପା’ ଫିଲ୍ମର ‘ଶ୍ରୀବଲି’ ଗୀତରେ ନାଚିଥିଲେ। କୋହଲିଙ୍କ ଏହି ଚମତ୍କାର କ୍ୟାଚ ଧରିବାର ଭିଡିଓ ବିସିସିଆଇ ଏହାର ଅଫିସିଆଲ ଆକାଉଣ୍ଟରୁ ଶେୟାର କରିଛି।

https://twitter.com/GifsVirat/status/1491451714154950659


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri