ପଡିଆରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଜଗନ୍ନାଥ ପ୍ରସାଦ,୧୭।୧୨ (ଡି.ଏନ.ଏ): ପୁଣି ଅଲୋଡା ଶିଶୁ କନ୍ୟା ଉଦ୍ଧାର। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଲାଡ଼ି ପଞ୍ଚାୟତ କାଦପ ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ୭ଟା ସମୟରେ ଗ୍ରାମର ମହିଳା ଶାନ୍ତିଲତା ସାହୁ ନିଜ ଘର ଛାତ ଉପରକୁ ଲୁଗା ଶୁଖାଇବାକୁ ଯାଇଥିବାବେଳେ ବାରି ପଟେଥିବା ପଡିଆରେ ଏକ ଶିଶୁର କାନ୍ଦ ଶୁଣିଥିଲେ। ପରେ ସେ ସେଠାକୁ ଯିବାପରେ ଏକ ନବଜାତ ଶିଶୁ କନ୍ୟା କାନ୍ଦୁଥିବାର ଦେଖିବାକୁ ପାଇଥିଲେ। ଏନେଇ ସେ ସ୍ଥାନୀୟ ଲୋକଙ୍କୁ ଖବର ଦେଇଥିଲେ। ସରପଞ୍ଚଙ୍କ ଉପସ୍ଥିତିରେ ଉଭୟ ଶାନ୍ତିଲତା ଓ ଆଶାକର୍ମୀ ଶିଶୁକନ୍ୟାଟିକୁ ଉଦ୍ଧାର କରି ୧୦୨ ଆମ୍ବୁଲାନ୍ସ ଯୋଗେ ଜଗନ୍ନାଥପ୍ରସାଦ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଚିକିତ୍ସା କରିବା ପରେ ଶିଶୁକନ୍ୟାଟି ସୁସ୍ଥ ଥିବା ଜଣାପଡିଛି। କେଉଁ ପରିସ୍ଥିତିରେ କିଏ ଶିଶୁଟିକୁ ଜନ୍ମ ଦେଇ ଛାଡି ପଳାଇଛନ୍ତି ତାହା ସ୍ପଷ୍ଟ ଜଣାପଡିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri