Posted inଜାତୀୟ

ପଶୁଙ୍କ ଉପରେ ଅତ୍ୟାଚାର କରିବାରୁ ଥାନାରେ ଏତଲା ଦେଲେ ମାଲିକ

ପାଟନା,୩୦।୬: ଅସାମାଜିକ କାର୍ଯ୍ୟକଳାପକୁ ନେଇ ଚର୍ଚ୍ଚାରେ ଥିବା ବିହାର ଏଥର କିନ୍ତୁ ଭିନ୍ନ ଏକ ଆପରାଧିକ ମାମଲା ପାଇଁ ଆସିଛି ଚର୍ଚ୍ଚାକୁ। ହେରୁଦିୟାରାରେ ରହୁଥିବା ଜୟରାମ କୁମାର ଯାଦବଙ୍କ ଛେଳି ଚରୁଥିବା ସମୟରେ ତାଙ୍କ ପଡୋଶୀ ପ୍ରଭାତ ଯାଦବ ଛେଳିର ଗୋଡକୁ ବାଡେଇ ଛୋଟା କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ ଜୟରାମ ଓ ତାଙ୍କ ମା’ ଥାନାରେ ପ୍ରଭାତଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଜୟରାମଙ୍କ କହିବା କଥା ହେଲା ପ୍ରଭାତ ବାରମ୍ବାର ପଶୁଙ୍କ ଉପରେ ଏଭଳି ଅତ୍ୟାଚାର କରି ଆସୁଛନ୍ତି। ଗତବର୍ଷ ମଧ୍ୟ ସେ ଏକ ଘୋଡ଼ାର ଗୋଡ଼ ଭାଙ୍ଗି ଦେଇଥିବା ଜୟରାମ କହିଛନ୍ତି। ଏହା ବ୍ୟତୀତ ତାଙ୍କ ଘର ନିକଟରେ ଥିବା ସରକାରୀ ସ୍ଥାନକୁ ପ୍ରଭାତ ଅକ୍ତିୟାର କରିବାକୁ ଚାହୁଁଥିବା ବେଳେ ଜୟରାମ ତାହାର ବିରୋଧ କରିବାରୁ ସେ ପ୍ରତିଶୋଧ ପରାୟଣ ହୋଇ ଏଭଳି କାଣ୍ଡ ଘଟାଇଛନ୍ତି। ତେବେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?