ପଢ଼ୁଛନ୍ତି ୧୦ରୁ କମ୍‌ ଛାତ୍ରୀଛାତ୍ର: ବନ୍ଦ ହେବ କାକଟପୁର ବ୍ଲକର ୪, ଅସ୍ତରଙ୍ଗ ବ୍ଲକର ୩ ବିଦ୍ୟାଳୟ

କାକଟପୁର,୨୭।୬(ଡି.ଏନ୍‌.ଏ.): ପ୍ରାଥମିକ ବିଦ୍ୟାଳୟରେ ୧୦ରୁ କମ୍‌ ଛାତ୍ରୀଛାତ୍ର ପାଠ ପଢ଼ୁଥିଲେ, ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦିଆଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବନ୍ଦ କରିଦିଆଯାଇଥିବା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ପଠାଯିବାକୁ ବ୍ୟବସ୍ଥା ହୋଇଛି। ଏପରିକି ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କ ଉପସ୍ଥାନ ହାର ଅନୁସାରେ ଗସ୍ତ ଖର୍ଚ୍ଚ ଦିଆଯିବାକୁ ସ୍ଥିର କରାଯାଇଛି। ଏହି ପରିପେକ୍ଷୀରେ କାକଟପୁର ବ୍ଲକର ୪ଟି ଓ ଅସ୍ତରଙ୍ଗ ବ୍ଲକର ୩ଟି ବିଦ୍ୟାଳୟକୁ ବନ୍ଦ କରି ଦିଆଯିବାକୁ ନିଷ୍ପତ୍ତି ନିଆଯାଇଥିବା କାକଟପୁର ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ପରିଡ଼ା ଗୁରୁବାର କହିଛନ୍ତି।

ଶିକ୍ଷାଧିକାରୀଙ୍କ ସୂଚନାନୁଯାୟୀ, କାକଟପୁର ବ୍ଲକର ଦାସିଆଠେଙ୍ଗ ପ୍ରୋଜେକ୍ଟ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରାଯାଇ ଶୁକପୋଖରୀ ପ୍ରାଥମିକ ବିଦ୍ୟାଳୟରେ, କୁଷ୍ଠି ପ୍ରାଥମିକ ବିଦ୍ୟାଳୟକୁ ମହାଦେବବସ୍ତ ନୋଡାଲ ବିଦ୍ୟାଳୟରେ, ତରତ ପ୍ରାଥମିକ ବିଦ୍ୟାଳୟକୁ ବାଁବରଡ଼ା ପ୍ରାଥମିକ ବିଦ୍ୟାଳୟରେ, ଆରୁହାଁ ପ୍ରାଥମିକ ବିଦ୍ୟାଳୟକୁ କୋତାଙ୍ଗ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରିଦିଆଯାଇଛି। ସେହିପରି ଅସ୍ତରଙ୍ଗ ବ୍ଲକ ଅନ୍ତର୍ଗତ ସୋଲ ପାଟିଆ ପ୍ରାଥମିକ ବିଦ୍ୟାଳୟକୁ କନ୍ତପଏରା ପ୍ରାଥମିକ ବିଦ୍ୟାଳୟରେ, ଝାରିଆ ପ୍ରାଥମିକ ବିଦ୍ୟାଳୟକୁ ଅସ୍ତରଙ୍ଗ ନୋଡାଲ ବିଦ୍ୟାଳୟରେ, ଅସନ ଭିଆର୍‌ପି କଲୋନୀ ପ୍ରାଥମିକ ବିଦ୍ୟାଳୟକୁ ଅସନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରିଦିଆଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri