ପଣପଣାରେ କେନ୍ଦ୍ରମନ୍ତ୍ରୀଙ୍କ ଜନଶୁଣାଣି

ବାହାନଗା, ୩୧ା୮(ଡି.ଏନ.ଏ.)-ବାହାନଗା ବ୍ଲକ ପଣପଣା ପଞ୍ଚାୟତ ପରିସରରେ ଶୁକ୍ରବାର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଦ୍ୱାରା ଜନଶୁଣାଣି ଅନୁଷ୍ଠିତ ହୋଇଛି ା କେନ୍ଦ୍ର ସରକାରଙ୍କ ଯୋଜନା ମଧ୍ୟରୁ ମୁଖ୍ୟତଃ ୩ଟି ଯୋଜନା ଉପରେ ଦଳର କର୍ମକର୍ତ୍ତାମାନେ ଲୋକମାନଙ୍କୁ ସଚେତନ କରାଇଥିଲେ। ଏହାସହ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଷଡଙ୍ଗୀ ୩୭୦ ଧାରା ଉଚ୍ଛେଦ ସମ୍ପର୍କରେ ଲୋକମାନଙ୍କୁ ସଚେତନ କରାଇବା ପାଇଁ କର୍ମୀ ଓ କର୍ମକର୍ତ୍ତାମାନେ ନିର୍ଦ୍ଦେଶ ଦେଇଥିଲେ। ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କୌଣସି ହିତାଧିକାରୀମାନେ ଯେପରି ବାଦ୍‌ ନ ପଡିବେ ତାହା ଉପରେ ଦଳର କର୍ମକର୍ତ୍ତାମାନେ ସଜାଗ ରହି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଏହି ଜନଶୁଣାଣିରେ ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକ ଯୋଗ ଦେଇଥିଲେ। ସଭାରେ ପଣପଣା ପଞ୍ଚାୟତର ବରିଷ୍ଠ ନେତା ବୈରାଗୀ ଚରଣ ବେହେରା ସଭାପତିତ୍ୱ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନୀଳଗିରି ନିର୍ବାଚନମଣ୍ଡଳୀର ନେତ୍ରୀ ସୁଷମା ବିଶ୍ୱାଳ, ଦାଣ୍ଡକାଳୀ ମଣ୍ଡଳ ସଭାପତି ଦିଲୀପ କୁମାର ଦାସ, ସରପଞ୍ଚ ସୁନୀତା ଦାସ, ସମିତିସଭ୍ୟ ପୂର୍ଣ୍ଣଚନ୍ଦ୍ର ସ, ବରିଷ୍ଠ ସଦସ୍ୟ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ ା ପରେ ପଞ୍ଚାୟତର ବିଭିନ୍ନ ଗ୍ରାମ ଓ ୱାର୍ଡରୁ ଆସିଥିବା ଦଳୀୟ କର୍ମୀ ଓ ସାଧାରଣ ଲୋକମାନଙ୍କଠାରୁ ବିଭିନ୍ନ ଅଭିଯୋଗ ଗ୍ରହଣ କରିବା ସହିତ ତାହା କିପରି ସମାଧାନ ହୋଇପାରିବ ସେ ବାବଦରେ ଉପରିସ୍ଥ ଅଧିକାରୀଙ୍କୁ କେନ୍ଦ୍ରମନ୍ତ୍ରୀ ଷଡଙ୍ଗୀ ଓ ବିଧାୟକ ନାୟକ ଫୋନ ମାଧ୍ୟମରେ ନିର୍ଦ୍ଦେଶ ଦେଇ ଥିଲେ। ଶିବିରରେ ୨ଶହରୁ ଊର୍ଦ୍ଧ୍ୱ ଅଭିଯୋଗ ହୋଇଥିଲା। ସାଧାରଣତଃ ବିଦ୍ୟୁତ, ପାଣି, ରାସ୍ତା, ଡ୍ରେନ୍‌ ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବିଷୟରେ ମନ୍ତ୍ରୀ ଓ ବିଧାୟକଙ୍କୁ ଅଭିଯୋଗ ହୋଇଥିଲା। କାର୍ଯ୍ୟକ୍ରମକୁ ପଞ୍ଚାୟତର ସରପଞ୍ଚ ସୁନିତା ଦାଶ ପରିଚାଳନା କରିଥିଲେ। ପରେ ମନ୍ତ୍ରୀ ଦଳୀୟ ସଭ୍ୟ ସଂଗ୍ରହ, ପ୍ରତି ପଞ୍ଚାୟତରେ ବୃକ୍ଷରୋପଣ ଓ ଲୋକମାନଙ୍କ ସହିତ ସମ୍ପର୍କ ରଖି ସେମାନଙ୍କ ସୁବିଧା ଅସୁବିଧା ବୁଝିବା ସହିତ କିପରି ତାହାର ସମାଧାନ ହେବ ସେନେଇ କାମ କରିବାକୁ କର୍ମୀମାନଙ୍କୁ ଆହ୍ବାନ ଦେଇଥିଲେ। ଭବାନୀ ଶଙ୍କର ଦାଶ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri